
ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ନୂଆଦିଲ୍ଲୀର ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ତଥା ୱେବ୍ ସଂବାଦପତ୍ର ‘ଓଡ଼ିଆ ପୁଅ’ ତରଫରୁ ଷଷ୍ଠଦଶତମ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପାରଂପରିକ ରୀତିରେ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶିତୁଆ ମାଛି ଅନ୍ଧାରରେ ଶତାଧିକ ଓଡ଼ିଆ ଯୋଗଦେଇ ଓଡ଼ିଆ ସ୍ୱାଭିମାନର ପ୍ରତୀକ ବୋଇତ ବନ୍ଦାଣ ଉତ୍ସବ ପାଳନ କରିଥିଲେ।

ଓଡ଼ିଆ ପୁଅ ଝିଅମାନେ ସାଧବ ପୁଅ ଏବଂ ସାଧବ ବୋହୂ ବେଶ ଧାରଣ କରିଥିଲେ। ସାଧବାଣୀମାନେ ବୋଇତ ବନ୍ଦାପନା କରିବା ପରେ ସାଧବ ପୁଅମାନେ ବୋଇତରେ ବସି ଯାତ୍ରା କରିଥିଲେ। ପାରଂପରିକ ରୀତିରେ ଏହି ଉତ୍ସବ ‘ଇଣ୍ଡିଆ ଗେଟ୍’ସ୍ଥିତ ବୋଟ୍ କ୍ଲବଠାରେ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ବରିଷ୍ଠ ପ୍ରଶାସକ ତଥା ପୂର୍ବତନ ଶିକ୍ଷା ସଚିବ ଅରୁଣ କୁମାର ରଥ ଯୋଗଦେଇଥିଲେ ଏବଂ ସମାଜସେବୀ ରବି ପାଣି ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ।

ବିଶେଷକରି ପଞ୍ଚଦଶତମ ବୋଇତ ବନ୍ଦାଣ ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ଥିଲାଯେ, ଅଣଓଡ଼ିଆଙ୍କ ମହଲରେ ବୋଇତ ବନ୍ଦାଣ ଉତ୍ସବର ବିଶେଷତ୍ୱ ଜଣାଇବା। ତେଣୁ ‘ଓଡ଼ିଆ ପୁଅ’ର ପ୍ରୟାସରେ ଶତାଧିକ ଅଣଓଡ଼ିଆଙ୍କ ସହ ବିଦେଶୀ ପର୍ଯ୍ୟଟକମାନେ ମଧ୍ୟ ବୋଇତ ବନ୍ଦାଣ କରିଥିଲେ।
ଏହି ଅବସରରେ ଓଡ଼ିଶାର ସମ୍ବଲପୁରୀ ନୃତ୍ୟ, ରାଜସ୍ଥାନ, ହରିଆଣା, ଗୁଜରାତର, ଉତ୍ତରାଖଣ୍ଡ ଏବଂ ମହାରାଷ୍ଟ୍ରର କଳାକାରମାନଙ୍କ ଦ୍ୱାରା ପାରଂମ୍ପରୀକ ନୃତ୍ୟ ପରିବେଷଣ କରାଯାଇଥିଲା। ଏହି ବୋଇତ ବନ୍ଦାଣ ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଅଣଓଡ଼ିଆଙ୍କୁ ଓଡ଼ିଶାର ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବର ଗାଥା ଜଣାଇବା।
from Odisha Reporter https://ift.tt/2AcI51a
No comments:
Post a Comment