
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର୍): ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ ସ୍ୱାଗତ ପାଇଁ ଘର ଦ୍ୱାର ମୁହଁରେ ରଙ୍ଗୀନ ତୋରଣ ଓ ଝୋଟିର ରଙ୍ଗୋଲି ପକାଇ ସଜାଯାଏ। ଶୁଭ ମାନସିକତାର ପ୍ରତୀକ ରଙ୍ଗୋଲିରେ ଅଟା, ଚାଉଳ ଚୂନା, ହଳଦୀ, କୁଙ୍କୁମ, ଫୁଲ, ପତ୍ର ଓ ଅନେପ୍ରକାରର ରଙ୍ଗ ବ୍ୟବହାର କରାଯାଇଥାଏ।
ତେବେ ଯଦି ବାସ୍ତୁ ଶାସ୍ତ୍ରର ପରାମର୍ଶ ଅନୁଯାୟୀ, ରଙ୍ଗ ଓ ଦିଗକୁ ଧ୍ୟାନରେ ରଖି ଏହି ରଙ୍ଗୋଲିର ଝୋଟି ପକାଇଲେ, ଏହା ଅତ୍ୟନ୍ତ ଶୁଭଦାୟକ ହୋଇଥାଏ। ଏହା ଘରେ ହସଖୁସିର ମାହୋଲ୍ ଆଣିଥାଏ। ରଙ୍ଗୋଲି ଝୋଟି ତିଆରି କଲେ ଘର ଆଖପାଖର ନାକାରାତ୍ମକ ଶକ୍ତି ଦୂର ହୋଇ ସକାରାତ୍ମକ ଶକ୍ତିର ସଞ୍ଚାର ହୋଇଥାଏ। ଘର ଉପରେ ଦେବ ଦେବୀଙ୍କର କୃପା ପଡ଼ିଥାଏ।
ଯଦି ଆପଣଙ୍କ ଘର ପୂର୍ବମୁଖୀ ଓ ଆପଣ ମୁଖ୍ୟଦ୍ୱାରରେ ରଙ୍ଗୋଲି ପକାଇବାକୁ ଚାହୁଁଛନ୍ତି ତେବେ ଅଣ୍ଡାକୃତିର ରଙ୍ଗୋଲି ପକାନ୍ତୁ। ଏହା ଆପଣଙ୍କ ଜୀବନରେ ସଫଳତାର ନୂଆ ମାର୍ଗ ନେଇଆସିବ। ଏଥିସହ ଘରକୁ ସୁଖ ସମୃଦ୍ଧି ମଧ୍ୟ ଆସିବ। ପୂର୍ବ ଦଗରେ ରଙ୍ଗୋଲି ତିଆରି କରିବା ପାଇଁ ଲାଲ୍, ନାରଙ୍ଗୀ, ଗୋଲାପି ଓ ହଳଦିଆ ଆଦି ରଙ୍ଗ ବ୍ୟବହାର କରନ୍ତୁ।
ଉତ୍ତରମୁଖୀ ଘରପାଇଁ ଉତ୍ତର ଦିଗରେ ଲହରୀଯୁକ୍ତ କିମ୍ବା ପାଣିର ଗୁଣ ସହ ମିଶୁଥିବା ଡିଜାଇନ୍ ବନାଇ ରଙ୍ଗୋଲି ସଜାଇଲେ, ଆପଣ ନିଜ ଜୀବନରେ ଉନ୍ନତି ଓ ସଫଳତାକୁ ଆମନ୍ତ୍ରଣ କରିପାରିବେ। ହଳଦିଆ, ସବୁଜ ଓ ଆକାଶୀ ରଙ୍ଗର ପ୍ରୟୋଗ କରି ଏହି ଦିଗରେ ରଙ୍ଗୋଲି, ପକାନ୍ତୁ ଅତ୍ୟନ୍ତ ଶୁଭ ଫଳ ମିଳିବ।
ଦକ୍ଷିଣ-ପୂର୍ବରେ ତ୍ରିକୋଣ ଏବଂ ଦକ୍ଷିଣମୁଖୀ ଘରରେ ଆୟତାକାର ରଙ୍ଗୋଲି ତିଆରି କରିବା ଅତ୍ୟନ୍ତ ଶୁଭଦାୟକ। ଏହିଦିଗରେ ରଙ୍ଗୋଲି ପକାଇବା ପାଇଁ ଆପଣ ଲାଲ୍, ନାରଙ୍ଗୀ, ଗୋଲାପି ଓ ବାଇଗଣି ରଙ୍ଗ ବ୍ୟବହାର କଲେ, ଆପଣଙ୍କର ଆତ୍ମବିଶ୍ୱାସ ବଢ଼ିବା ସହ ଜୀବନ ହସଖୁସିରେ ଭରି ହୋଇଯିବ।
ଯଦି ଆପଣଙ୍କ ଘର ପଶ୍ଚିମମୁଖୀ, ତେବେ ଧଳା ଓ ସୁନେଲି ରଙ୍ଗର ଗୋଲାକୃତି ରଙ୍ଗୋଲି ତିଆରି କରନ୍ତୁ। ଏଥି ସହ ଆପଣ ଲାଲ, ହଳଦିଆ ଓ ହାଲକା ସବୁଜ ରଙ୍ଗ ମଧ୍ୟ ପ୍ରୟୋଗ କରିପାରିବେ। ଏଠାରେ ପଞ୍ଚକୋଣ ଆକାରର ମଧ୍ୟ ରଙ୍ଗୋଲି ହୋଇପାରିବ।
ମୁଖ୍ୟ ଦ୍ୱାରରେ ରଙ୍ଗୋଲି ତିଆରି କରିସାରିବା ପରେ ଏହାକୁ ଦୀପରେ ସଜାଇବାକୁ ଭୁଲନ୍ତୁ ନାହିଁ। ଘରର ମୁଖ୍ୟ ଦ୍ୱାରକୁ ରଙ୍ଗୀନ ଓ ଉଜ୍ଜ୍ୱଳିତ କଲେ, ମା’ ଲକ୍ଷ୍ମୀ ପ୍ରସନ୍ନ ହୁଅନ୍ତି ବୋଲି ବିଶ୍ୱାସ ରହିଛି।
from Odisha Reporter https://ift.tt/2Qqg3q3
No comments:
Post a Comment