ଗଛରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 4, 2018

ଗଛରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!

yoyo

ନୂଆପଡ଼ା (ମାୟାଧର ସରାଫ): ସେମାନେ ପରସ୍ପରକୁ ଭଲ ପାଉଥିଲେ। କିନ୍ତୁ ଆଜି ସକାଳେ ସେମାନଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ଗୋଟିଏ ରଶିରେ ଦୁହେଁ ଝୁଲି ପଡ଼ିଥିଲେ।

ମୃତକ ଦ୍ୱୟ ହେଉଛନ୍ତି ଶିବା ମାଝୀ ଓ ରଞ୍ଜିତା ମାଝୀ।

ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଅନ୍ତର୍ଗତ ପାୱାରତଲା ଗାଁର ଏକ ମହୁଲଗଛରୁ ଝୁଲନ୍ତା ଅବସ୍ଥାରେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଉଭୟେ ପାୱାରତଲା ଗାଁର।

ଚାଷ ଜମି ପାଖରେ ଗଛରେ ସେମାନଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ଗାଁ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ।

ଏହା ଏକ ଆତ୍ମହତ୍ୟା ଘଟଣା ବୋଲି କୁହାଯାଉଛି। ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ିନି। ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2OpDPR9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages