ପୁଲୱାମାରେ ଗଡ଼ିଲା ୨ ଆତଙ୍କୀଙ୍କ ମୁଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 10, 2018

ପୁଲୱାମାରେ ଗଡ଼ିଲା ୨ ଆତଙ୍କୀଙ୍କ ମୁଣ୍ଡ

ପୁଲୱାମା: ଜମ୍ମୁ-କଶ୍ମୀରର ପୁଲୱାମାରେ ଆଜି ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଛି। ଏଥିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଏବେ ବି ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି।
ଆଜି ସକାଳେ ପୁଲୱାମାର ଟିକେନ୍‌ ଗାଁରେ କିଛି ଆତଙ୍କବାଦୀ ଲୁଚି ରହିଥିବା ପ୍ରଥମେ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀଙ୍କୁ ଧରିବାକୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀମାନେ ଲୁଚିଥିବା ଅଞ୍ଚଳକୁ କର୍ଡନ ମଧ୍ୟ କରାଯାଇଥିଲା।

ତେବେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା କ୍ଷଣି ଗୁଳିମାଡ଼ ଆରମ୍ଭ କରିଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଦୃଢ଼ ଜବାବ ଦିଆଯାଇଥିଲା। ଫଳରେ ଦୀର୍ଘ ସମୟଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ସେନା ପକ୍ଷରୁ କୁହାଯାଇଛି।

ଏହି ଦୁଇ ଆତଙ୍କବାଦୀଙ୍କ ପରିଚୟ ମିଳି ନଥିଲେ ହେଁ ସେମାନଙ୍କ ନିକଟରୁ ବିପୁଳ ପରିମାଣର ବିସ୍ଫୋରକ ଓ ଦୁଇଟି ଏକେ-୪୭ ଜବତ କରାଯାଇଛି।



from Odisha Reporter https://ift.tt/2RJ7WF2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages