ଯୁବକଙ୍କ ଗୁପ୍ତାଙ୍ଗ କାଟିଲେ ବିବାହିତା ମହିଳା! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 7, 2018

ଯୁବକଙ୍କ ଗୁପ୍ତାଙ୍ଗ କାଟିଲେ ବିବାହିତା ମହିଳା!

attack

କେନ୍ଦୁଝର (ଓଡ଼ିଶା ରିପୋର୍ଟର): ଜଣେ ବିବାହିତ ମହିଳା ଜଣେ ଯୁବକଙ୍କ ଗୁପ୍ତାଙ୍ଗ କାଟି ଦେଇଥିବା ଅଭିଯୋଗ ହୋଇଛି।

କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନୂଆଗାଁରେ ଏହି ଘଟଣା ଘଟିଛି। ଆହତ ଯୁବକଙ୍କ ଘର ଝାରବେଡ଼ା ଗାଁରେ। ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହତ ଯୁବକଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ ବିବାହିତ ମହିଳାଙ୍କ ସହ ତାଙ୍କର ପ୍ରେମ ସଂପର୍କ ଥିଲା।

ମହିଳା ଜଣଙ୍କ ତାଙ୍କୁ ଘରକୁ ଡାକିଥିଲେ। ଗତକାଲି ରାତିରେ ସେ ଚେନ୍ନାଇରୁ ଆସି ସେଠାକୁ ଯାଇଥିଲେ। ମହିଳା ଜଣଙ୍କ ତାଙ୍କୁ ମଦ ପିଆଇଥିଲେ। ସେ ଶୋଇଥିବା ଅବସ୍ଥାରେ ମହିଳା ଜଣଙ୍କ ତାଙ୍କ ଗୁପ୍ତାଙ୍ଗକୁ କାଟି ଦେଇଥିଲେ।

ଆହତ ଯୁବକଙ୍କୁ ପ୍ରଥମେ ହରିଚନ୍ଦନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

ଅନ୍ୟପକ୍ଷରେ ଡିଏସ୍‌ପି ହରିଶଚନ୍ଦ୍ର ପାଣ୍ଡେ କହିଛନ୍ତି, ଯୁବକ ଜଣଙ୍କ ଉକ୍ତ ମହିଳାଙ୍କ ଘରେ ପଶି ବୋଧେ ଖରାପ କାମ କରିବାକୁ ଉଦ୍ୟମ କରିଥିଲେ। ଏଣୁ ଘର ଲୋକେ ତାକୁ ଧରି ତା’ର ଗୁପ୍ତାଙ୍ଗରେ ଆଘାତ ଦେଇଥିଲେ। ହରିଚନ୍ଦନପୁର ଥାନା ଘଟଣାର ତଦନ୍ତ କରୁଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।



from Odisha Reporter https://ift.tt/2FclRlI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages