ଭୁବନେଶ୍ୱରରେ ପହଞ୍ଚିବା ପରେ ଅପରାଜିତା କହିଲେ ଏମିତି କଥା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 28, 2018

ଭୁବନେଶ୍ୱରରେ ପହଞ୍ଚିବା ପରେ ଅପରାଜିତା କହିଲେ ଏମିତି କଥା

aparajita

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଙ୍ଗଳବାର ବିଜେପିରେ ଯୋଗ ଦେବା ପରେ ଆଜି ଓଡ଼ିଶା ଆସିଛନ୍ତି ପୂର୍ବତନ ଆଇଏଏସ୍ ଅଫିସର୍ ଅପରାଜିତା ଷଡ଼ଙ୍ଗୀ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଦଳ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଭୁବନେଶ୍ୱରରେ ପହଞ୍ଚିବା ପରେ ଅପରାଜିତା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି,“ନିଜ ଘରକୁ ଫେରିଥିବାରୁ ମୁଁ ବହୁତ ଉତ୍ସାହିତ ଅଛି। ମୁଁ ନୁହେଁ, ଆମେ ହୋଇ କାର୍ଯ୍ୟ କରିବୁ।”

ସେ କହିଛନ୍ତି,“ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟରେ ଉତ୍ସାହିତ ହୋଇ ମୁଁ ରାଜନୀତିକୁ ଆସିଛି। ଓଡ଼ିଶାକୁ ଏକ ପ୍ରଗତିଶୀଳ ରାଜ୍ୟରେ ପରିଣତ କରିବାକୁ କାର୍ଯ୍ୟ କରିବି।”

ଗତ ୨୭ ତାରିଖରେ ନୂଆଦିଲ୍ଲୀରେ ରାଷ୍ଟ୍ରୀୟ ସଭାପତି ଅମିତ ଶାହଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଥିଲେ। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ବସନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ଅରୁଣ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

ଅପରାଜିତା ଓଡ଼ିଶା କ୍ୟାଡରର ଆଇଏଏସ୍ ଅଫିସର୍ ଥିଲେ। ଆହୁରି ୧୧ ବର୍ଷ ଚାକିରି ଥିବା ବେଳେ ସେ ସ୍ୱେଚ୍ଛାକୃତ ଅବସର ନେଇ ରାଜନୀତିରେ ପାଦ ଥାପିଛନ୍ତି।



from Odisha Reporter https://ift.tt/2RjXaVZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages