ବାପଝିଅଙ୍କୁ ପିଟି ରାସ୍ତାକଡ଼କୁ ଓଲଟି ପଡ଼ିଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 4, 2018

ବାପଝିଅଙ୍କୁ ପିଟି ରାସ୍ତାକଡ଼କୁ ଓଲଟି ପଡ଼ିଲା ଟ୍ରକ୍‌

truck

ଯାଜପୁର (ଓଡ଼ିଶା ରିପୋର୍ଟର): ୫୩ ନମ୍ବର ଜାତୀୟ ରାଜପଥରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଝିଅଙ୍କ ଅବସ୍ଥା ଗୁରୁତର ରହିଛି।

ମୃତ ବ୍ୟକ୍ତିଙ୍କ ନାଁ ଚିତରଞ୍ଜନ ସ୍ୱାଇଁ। ଗୁରୁତର ଭାବେ ଆହତ ହୋଇଥିବା ତାଙ୍କ ଝିଅଙ୍କ ନାଁ ଅଭିଲିପ୍ସା।

ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ବାଘୁଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।

bike

ଭେଳିଗୋଠ ଗାଁର ଚିତରଞ୍ଜନ ଓ ତାଙ୍କ ଝିଅ ବାଇକ୍‌ରେ ବାରକଣା ଗାଁକୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସେମାନଙ୍କୁ ସମ୍ମୁଖରୁ ଧକ୍କା ଦେଇଥିଲା। ଚିତରଞ୍ଜନଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା।

ଅଭିଲିପ୍ସାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିଲା।
ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2PbDeI9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages