ଶିଖ୍‌ ଶ୍ରଦ୍ଧାଳୁଙ୍କ ପାଇଁ ପାକିସ୍ତାନ ଯାଏ କରିଡର କରିବ ଭାରତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 22, 2018

ଶିଖ୍‌ ଶ୍ରଦ୍ଧାଳୁଙ୍କ ପାଇଁ ପାକିସ୍ତାନ ଯାଏ କରିଡର କରିବ ଭାରତ

ନୂଆଦିଲ୍ଲୀ: ଶିଖ୍‌ ଶ୍ରଦ୍ଧାଳୁଙ୍କ ପାଇଁ ଆଜି ଭାରତ ସରକାର ବଡ଼ ଘୋଷଣା କରିଛନ୍ତି। ଏବେ ଭାରତ ସରକାର ପାକିସ୍ତାନର ରବି ନଦୀ କୂଳରେ ଥିବା କର୍ତ୍ତାରପୁର ସ୍ଥିତ ଗୁରୁଦ୍ୱାର ଦରବାର ସାହିବକୁ ଯାଉଥିବା ଶ୍ରଦ୍ଧାଳୁଙ୍କ ପାଇଁ ଏକ କରିଡର ନିର୍ମାଣ କରିବେ। ଏହି କରିଡର୍‌ଟି ପଞ୍ଜାବର ଗୁରୁଦାସପୁରଠାରୁ ଅନ୍ତର୍ଜାତୀୟ ସୀମା ଯାଏ ଲମ୍ବିବ।

କର୍ତ୍ତାରପୁର ସାହିବ ଅନ୍ତର୍ଜାତୀୟ ସୀମାର ବିପରୀତ ପାର୍ଶ୍ୱରେ ରହିଛି। ଏଠାରେ ଗୁରୁ ନାନକ ଦେବ ବିଶ୍ରାମ କରିଥିଲେ। ତେଣୁ ଏହାକୁ ଶିଖ୍‌ ଧର୍ମାବଲମ୍ବୀଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଧର୍ମପୀଠ ଭାବେ ପରିଚିତି ହାସଲ କରିଛି। ଶିଖ୍‌ ଶ୍ରଦ୍ଧାଳୁ ଯେଉଁଭଳି ଭାବେ ସହଜରେ ସେଠାରୁ ଯାଇ ପାରିବେ, ସେଥିପାଇଁ ଭାରତ ସରକାର କରିଡର ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ଏହାକୁ ମଞ୍ଜୁରୀ ମଧ୍ୟ ଦିଆଯାଇଛି।

ଏଥିସହ ଶିଖ୍‌ ସଂପ୍ରଦାୟର ଲୋକଙ୍କ ସ୍ୱାର୍ଥ ଦୃଷ୍ଟିରୁ ପାକିସ୍ତାନକୁ ମଧ୍ୟ ସୀମା ସେପଟେ ଏକ କରିଡର ନିର୍ମାଣ କରିବାକୁ ଭାରତ ସରକାର ଅନୁରୋଧ କରିବେବ ବୋଲି ଜଣାପଡ଼ିଛି।

ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି, “ ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଭାରତ ସରକାର କର୍ତ୍ତାରପୁର କରିଡର ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଗୁରଦାସପୁରର ଜିଲ୍ଲାର ଡେରା ବାବା ନାନକଠାରୁ ଅନ୍ତର୍ଜାତୀୟ ସୀମା ପର୍ଯ୍ୟନ୍ତ ନିର୍ମାଣ କରାଯିବ। କରିଡର ପାଇଁ ସମସ୍ତ ଅର୍ଥ କେନ୍ଦ୍ର ସରକାର ବହନ କରିବେ ଏବଂ ଏଥିରେ ସମସ୍ତ ପ୍ରକାରର ଅତ୍ୟାଧୁନିକ ଯନ୍ତ୍ରାଂଶ ବ୍ୟବହାର କରାଯିବ ବୋଲି ସେ କହିଛନ୍ତି।

ପଞ୍ଜାବ ମନ୍ତ୍ରୀ ନଭଜୋତ ସିଂହ ସିଦ୍ଧୁ ନିକଟରେ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଶପଥ ପାଠ ଉତ୍ସବକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କୁ ପାକ୍‌ ସନା ମୁଖ୍ୟ ଶିଖ୍‌ ଶ୍ରଦ୍ଧାଳୁଙ୍କ ପାଇଁ ଏକ କରିଡର ନିର୍ମାଣ କରାଯିବ ବୋଲି କହିଥିବା ସେ ସୂଚନା ଦେଇଥିଲେ। ଏହାକୁ ଦୃଷ୍ଟିରେ ଭାରତ ସରକାର ଆଗୁଆ କରିଡର ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଉଛି।



from Odisha Reporter https://ift.tt/2AbO9ad

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages