ବୈଜୟନ୍ତଙ୍କ ଉଦ୍ୟମରେ ଦୁବାଇରୁ ଫେରିଲା ଓଡ଼ିଆ ଶ୍ରମିକଙ୍କ ମୃତ ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 27, 2018

ବୈଜୟନ୍ତଙ୍କ ଉଦ୍ୟମରେ ଦୁବାଇରୁ ଫେରିଲା ଓଡ଼ିଆ ଶ୍ରମିକଙ୍କ ମୃତ ଦେହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁବାଇରେ ମୃତ୍ୟୁ ହୋଇଥିବା ଓଡ଼ିଆ ଯୁବକ ସୁଶାନ୍ତ ଜେନାଙ୍କ ମୃତଦେହ ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି। ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମକ୍ରମେ ତାଙ୍କ ମୃତ ଦେହ ଆଜି ଓଡ଼ିଶା ଫେରିଛି। ସେଠାରେ ଶ୍ରୀ ପଣ୍ଡାଙ୍କ ଟିମ୍‌ ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।

ସୂଚନାଯୋଗ୍ୟ ଯେ, ସୁଶାନ୍ତଙ୍କ ଘର ହେଉଛି ନୟାଗଡ଼ ଜିଲ୍ଲାର ରଣପୁର ଥାନା ଅନ୍ତର୍ଗତ ରନ୍ଦା ଗ୍ରାମରେ । ସେ ୨୦୧୭ ମସିହା ନଭେମ୍ବର ୨୭ ତାରିଖ ଠାରୁ ଦୁବାଇରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରି ଆସୁଥିଲେ। ଗତ ୪ ତାରିଖରେ ସୁଶାନ୍ତ ଜେନାଙ୍କ ମୃତ୍ୟ ହୋଇଥିବା ନେଇ ତାଙ୍କ ପରିବାର ଲୋକେ ସୂଚନା ପାଇଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ସୁଶାନ୍ତଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଏହି ମାମଲାରେ ହସ୍ତକ୍ଷେପ ସହ ପୁଅର ମୃତଦେହ ଫେରାଇ ଆଣିବାକୁ ପରିବାର ଲୋକେ ବୈଜୟନ୍ତ ପଣ୍ଡାଙ୍କୁ ଅନୁରୋଧ କରିଥିଲେ। ଏନେଇ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଚିଠି ଲେଖି ନିବେଦନ କରିଥିଲେ। ଏହା ପରେ ଆଜି ସୁଶାନ୍ତଙ୍କ ମୃତ ଆଜି ଓଡ଼ିଶା ଫେରିଛି।



from Odisha Reporter https://ift.tt/2Q1ykOl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages