ବୋତଲ ଭିତରେ ଈଶ୍ୱର ଗଢ଼ୁଥିବା ମଣିଷ ଏଲ୍.ଈଶ୍ୱର ରାଓ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 12, 2018

ବୋତଲ ଭିତରେ ଈଶ୍ୱର ଗଢ଼ୁଥିବା ମଣିଷ ଏଲ୍.ଈଶ୍ୱର ରାଓ

ଓଡ଼ିଶା ରିପୋର୍ଟର (ମିହିର ପଟ୍ଟନାୟକ/ଓଡ଼ିଶା ରିପୋର୍ଟର): ନାଁ ତାଙ୍କର ଇଶ୍ୱର। ଆଉ ତାଙ୍କ ସୃଷ୍ଟି ବି ନିଆରା। ସୂକ୍ଷ୍ମାତିସୁକ୍ଷ୍ମ କଳାକୃତି ଗଢ଼ିବାରେ ମାହିର ଏହି କଳାକାର ଜଣକ ଏଥର ବି ଏମିତି କିଛି ଗଢିଛନ୍ତି ଯାହାକୁ ଦେଖି ଆପଣଙ୍କ ଆଖି ଲାଖିଯିବ।

ଇତିମଧ୍ୟରେ ବିଶ୍ୱର ସବୁଠାରୁ ଉଚ୍ଚତମ ପ୍ରତିମା ଲୋକାର୍ପିତ ହୋଇ ସାରିଛି। ଗୁଜରାଟ ପ୍ରଦେଶର ନର୍ମଦା ନଦୀ କୂଳରେ ଠିଆ ହୋଇଛି ‘Statue Of Unity’। ଅଖଣ୍ଡ ଆଉ ଏକତ୍ର ଭାରତର ପରିକଳ୍ପନା କରିଥିବା ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଲୌହ ନିର୍ମିତ ପ୍ରତିମା, ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।

ଏପଟେ ଏହି ମହାନ୍‌ ବ୍ୟକ୍ତିଙ୍କୁ ନିଜ କଳା ମାଧ୍ୟମରେ ସମ୍ମାନ ଜଣାଇଛନ୍ତି ଓଡ଼ିଆ ଶିଳ୍ପୀ ଏଲ୍‌.ଇଶ୍ୱର ରାଓ। ବିଶ୍ୱର ସର୍ବୋଚ୍ଚ କୁହାଯାଉଥିବା ୧୮୨ ମିଟର ଉଚ୍ଚର ପଟେଲଙ୍କ ପ୍ରତିମାକୁ ନେଇ ବିଶ୍ୱବ୍ୟାପୀ ଚର୍ଚ୍ଚା ଚାଲିଥିବା ବେଳେ, ଈଶ୍ୱର ସୃଷ୍ଟି କରିଛନ୍ତି ଲୌହମାନବଙ୍କର ନିଆରା କୃତି। କାଚ ବୋତଲ ଭିତରେ ସେ ସାବୁନରେ ପ୍ରସ୍ତୁତ କରିଛନ୍ତି ପଟେଲଙ୍କ ସବୁଠାରୁ କ୍ଷୁଦ୍ରାକୃତି ପ୍ରତିମୂର୍ତ୍ତି। ଯାହାର ଉଚ୍ଚତା ରହିଛି ମାତ୍ର ୩ ଇଞ୍ଚ।

ଖାଲି ମୂର୍ତ୍ତି ଗଢ଼ିବା ନୁହେଁ, ସବୁଠାରେ ଆଶ୍ଚର୍ଯ୍ୟ ଲାଗେ ସୋଡ଼ା ବୋତଲ ଭିତରେ ରହିଥିବା ତାଙ୍କ ହାତ ତିଆରି କୃତିକୁ ଦେଖିଲେ। ସେ ମୂର୍ତ୍ତିଗୁଡ଼ିକୁ ଏମିତି ଢଙ୍ଗରେ ଛୋଟ ମୁହଁ ବୋତଲ ଭିତରେ ସ୍ଥାନୀତ କରିପାରନ୍ତି, ଯାହାକୁ ଦେଖି ଆପଣ ଆଶ୍ଚର୍ଯ୍ୟ ହେବେ। ପର୍ଯ୍ୟାପ୍ତ ପରିମାଣର ସୋଡ଼ା ବୋତଲ ସଂଗ୍ରହ କରି ସେ ମୂର୍ତ୍ତିଗୁଡିକୁ ସେଥିରେ ରଖିଛନ୍ତି। ଯାହା ନିଶ୍ଚିତ ଭାବେ ପ୍ରଶଂସନୀୟ।

ଭୁବନେଶ୍ୱର ଉପକଣ୍ଠ ଜଟଣୀରେ ରହୁଥିବା ଏଲ୍.ଇଶ୍ୱର ରାଓ ହେଉଛନ୍ତି କ୍ଷୁଦ୍ର କଳାକୃତି ପ୍ରସ୍ତୁତ କରୁଥିବା ଜଣେ ନିଆରା ଶିଳ୍ପୀ। ନିଜ କଳା ଜରିଆରେ ସେ ରାଜ୍ୟ ତଥା ରାଜ୍ୟ ବାହାରେ ଅନେକ ବାର ପୁରସ୍କୃତ ହୋଇଛନ୍ତି। ସମ୍ପ୍ରତି ଜଟଣୀ ହାଟବଜାର ଅଞ୍ଚଳରେ ରହୁଥିବା ଈଶ୍ୱର ନିଜ ଘରେ ଏକ ନିଆରା ମ୍ୟୁଜିୟମ୍‌ ମଧ୍ୟ ପ୍ରତିଷ୍ଠା କରିଛନ୍ତି। ଯେଉଁଥିରେ ତାଙ୍କ ହାତତିଆରି କଳାକୃତିକୁ ଆପଣ ଦେଖିପାରିବେ। ସେ ଏହାର ନାଁ ରଖିଛନ୍ତି ‘ରାଣା ମ୍ୟୁଜିୟମ୍‌’।

ପେନ୍‌ସିଲ୍‌ ମୁନ, ଚକ୍‌ ଖଡ଼ି, ସାବୁନ ଓ ତେନ୍ତୁଳୀ ମଞ୍ଜିରେ ସେ ପ୍ରସ୍ତୁତ କରନ୍ତି ସୁକ୍ଷ୍ମାତିସୁକ୍ଷ୍ମ କାରୁକାର୍ଯ୍ୟ। ଅତି ନିଖୁଣ ଭାବେ ନିଜ କଳାକୁ ଏହା ମାଧ୍ୟମରେ ପ୍ରସ୍ତୁତ କରିଥାନ୍ତି ଈଶ୍ୱର।

ଖାଲି ସୂକ୍ଷ୍ମ କଳା ନୁହେଁ, ପଥର ଖୋଦେଇ ଓ ମୂର୍ତ୍ତି ନିର୍ମାଣ ସହ ଚିତ୍ରକଳାରେ ବେଶ୍ ସିଦ୍ଧହସ୍ତ ହେଉଛନ୍ତି ଈଶ୍ୱର। ନିଜ କଳାକୁ ବଞ୍ଚାଇ ରଖିବା ସହ କିଛି ଛୋଟ ପିଲାଙ୍କୁ ସେ ନିଜ ଉଦ୍ୟମରେ ବିନା ମୂଲ୍ୟରେ ଚିତ୍ରକଳା ଶିକ୍ଷା ଦେଉଛନ୍ତି। ସ୍ଥାନୀୟ ଅଞ୍ଚଳର ୧୦୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ତାଙ୍କଠାରୁ ଚିତ୍ରକଳା ଶିକ୍ଷା କରୁଛନ୍ତି।

ପରିବାର ଓ ଶିକ୍ଷାଗତ ଯୋଗ୍ୟତା

ପିତା ଏଲ୍‌.ଏରେୟା, ମା’ ଶ୍ରୀମତୀ ଏଲ୍‌.ଆପଲ୍ଲା ନର୍ସିମ୍ମା। ୩ ଭାଇ ଉଭଣୀଙ୍କ ମଧ୍ୟରେ ଈଶ୍ୱର ହେଉଛନ୍ତି ମଝିଆଁ। ପିଲାଟିବେଳୁ ସେ ଥିଲେ କଳା ମନସ୍କ। କେମିତି କିଛି ନୂଆ ଗଢ଼ିବେ ସବୁବେଳେ ଚିନ୍ତା କରୁଥାନ୍ତି। ୪ର୍ଥ ଶ୍ରେଣୀରେ ପାଠ ପଢ଼ିବା ବେଳେ ଚକ୍‌ଖଡ଼ି ଖଣ୍ଡକରେ ନଖରେ ଖୋଳି ଖୋଳି ସେ ସୁନ୍ଦର କାନ‍ଫୁଲଟିଏ ଗଢ଼ି ଦେଇଥିଲେ। ଯାହାକୁ ଦେଖି ସ୍କୁଲରେ ପାଠ ପଢ଼ାଉଥିବା ଶିକ୍ଷଣ ଜଣକ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ଆଉ ସେବେଠାରୁ ଈଶ୍ୱରଙ୍କ ପାଦ କେବେ ଥମିନାହିଁ। ଚରୈବେତି ଚରୈବେତି ନ୍ୟାୟରେ ସେ ଆଗକୁ ବଢ଼ି ଚାଲିଛନ୍ତି।

ପରିବାରରେ କେହି କଳାକାର ଅଛନ୍ତି କି ବୋଲି ପ୍ରଶ୍ନ କରିବାରୁ ମନା କରନ୍ତି ଈଶ୍ୱର। ପିତା ରେଳବାଇ କର୍ମଚାରୀ। ଏଣୁ ଖୋର୍ଦ୍ଧାରୋଡ୍‌ ଡିଭିଜନରେ କାର୍ଯ୍ୟ କରୁଥାନ୍ତି। ଆଉ ପିଲାଟିବେଳୁ ଜଟଣୀରେ ରହିବାରୁ ଗଣେଶ ପୂଜା ଦେଖି ମୂର୍ତ୍ତି ଗଢ଼ିବାକୁ ମନା ବଳାନ୍ତି ଈଶ୍ୱର। ଗଣ୍ଡମୁଣ୍ଡା ହସ୍ତଶିଳ୍ପ ପ୍ରଶିକ୍ଷଣ କେନ୍ଦ୍ରରେ ସେ ୪ ବର୍ଷ ପାଇଁ ନେଇଛନ୍ତି ଟ୍ରେନିଂ।

ପୁରସ୍କାର

ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡ, ମିରାକଲ୍ ୱାର୍ଲଡ ରେକର୍ଡ, ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ, ଓଡ଼ିଶା ବୁକ୍‌ ଅଫ୍‌ ରେକର୍ଡ, ଆନ୍ଧ୍ର ବୁକ୍‌ ଅଫ୍‌ ରେକର୍ଡ ଭଳି ସମ୍ମାନଜନକ ପୁରସ୍କାର ସାଉଣ୍ଟିଥିବା ଏହି ବିଚକ୍ଷଣ କଳାକାର ଜଣଙ୍କୁ କିନ୍ତୁ କୌଣସି ସରକାରୀ ପ୍ରୋତ୍ସାହନ ମିଳିପାରି ନାହିଁ।



from Odisha Reporter https://ift.tt/2T8eChq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages