ହାତୁଡ଼ିରେ ଛେଚି ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 5, 2018

ହାତୁଡ଼ିରେ ଛେଚି ହତ୍ୟା

death

ଭଞ୍ଜନଗର (ପ୍ରଦୀପ ସ୍ୱାଇଁ): ହାତୁଡ଼ିରେ ଛେଚି ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣେ କବାଡ଼ିବାଲା ବୋଲି ଜଣାପଡ଼ିଛି।

ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଲୁଣିଢ଼ିପି ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକଙ୍କ ନାଁ ବାଳକୃଷ୍ଣ। ତାଙ୍କ ଘର ଚମ୍ପେତପୁରରେ।

ଲୁଣିଢିପି ଗାଁର ମୁଖ୍ୟ ରାସ୍ତାକଡ଼ରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା।

hatudiବାଳକୃଷ୍ଣଙ୍କ ମୁହଁ ଏବଂ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହ ନିକଟରେ ପଡ଼ିଥିବା ହାତୁଡ଼ିକୁ ପୁଲିସ୍ ଜବତ କରିଛି।

କେହି ଦୁର୍ବୃତ୍ତ ଲୁଟ୍‌ କରିବା ପରେ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ହେଲେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନାହିଁ।

 



from Odisha Reporter https://ift.tt/2quykab

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages