ନବୀନ ପୁଣି ଉଠାଇଲେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 2, 2018

ନବୀନ ପୁଣି ଉଠାଇଲେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ହେଉଛି ଓଡ଼ିଶାର ହକ୍।ଏହାକୁ ହାସଲ ପାଇଁ ଲଢ଼େଇ ଜାରି ରହିବ ବୋଲି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଭୁବନେଶ୍ୱରରେ ଲକ୍ଷ୍ମୀସାଗର ମେଳଣ ପଡ଼ିଆରେ ଆୟୋଜିତ ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ଦଳୀୟ କର୍ମୀ ଓ ନେତାଙ୍କୁ ସମ୍ବୋଧିତ କରି ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, “୨୦୦୦ରୁ ୨୦୦୯ ମସିହା ପର୍ଯ୍ୟନ୍ତ ବିଜେଡି-ବିଜେପି ଏକାଠି ସରକାର ଗଢ଼ିଥିଲେ। ଓଡ଼ିଶାକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ଦେବା ପାଇଁ ଆମେ ଏକାଠି ଲଢ଼ୁଥିଲୁ। ୨୦୦୯ ପରେ ବିଜେଡି ଓ ବିଜେପି ଏଥିପାଇଁ ତାଙ୍କର ଲଢ଼େଇ ଜାରି ରଖିଛନ୍ତି।

“୨୦୧୪ ସାଧାରଣ ନିର୍ବାଚନରେ ବିଜେପିର ନିର୍ବାଚନୀ ଇସ୍ତାହାରରେ ଓଡ଼ିଶାକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ପ୍ରଦାନ କରିବା ପ୍ରଥମ ଏଜେଣ୍ଡା ଥିଲା। ଏହା ଦେଖି ମୁଁ ସବୁଠାରୁ ବେଶୀ ଖୁସି ହୋଇଥିଲି। ଆଶା ଥିଲା ଓଡ଼ିଶାବାସୀ ନ୍ୟାୟ ପାଇବେ। ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ଦ୍ୱାରା ଓଡ଼ିଶାର ଯୁବକମାନେ ସବୁଠାରୁ ଅଧିକ ସୁଯୋଗ ପାଇବେ। ଓଡ଼ିଶାକୁ ଟ୍ୟାକ୍ସ ରିବେଟ୍ ମିଳିବ। ଅନେକ ଶିଳ୍ପ ଆସିବ, ନିଯୁକ୍ତିର ସୁଯୋଗ ମଧ୍ୟ ବଢ଼ିବ। ସେହିପରି ବର୍ତ୍ତମାନ ବିଭିନ୍ନ କେନ୍ଦ୍ରୀୟ ଯୋଜନାରେ ଓଡ଼ିଶା ସରକାର ଓ କେନ୍ଦ୍ର ସରକାରଙ୍କ ଭାଗ ପଚାଶ-ପଚାଶ ରହୁଛି। କିନ୍ତୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ପାଇଲେ, ଏହି ଭାଗ ନବେ ଓ ଦଶ ପ୍ରତିଶତ ରହିବ। ଏହାଦ୍ୱାରା ବଳକା ଅର୍ଥକୁ ଆମେ ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି ଓ ଅନ୍ୟାନ୍ୟ ବିକାଶ କାମରେ ଖର୍ଚ୍ଚ କରିପାରିବା।

“କିନ୍ତୁ ଦୁଃଖର କଥା, ଚୌକି ପାଇ ବିଜେପି ତା’ର ପ୍ରତିଶ୍ରୁତିକୁ ଭୁଲି ଗଲା। ଓଡ଼ିଶାବାସୀଙ୍କ ଆଶା ଆଶାରେ ହିଁ ରହିଗଲା। ଆପଣମାନେ ଜାଣନ୍ତି, ଓଡ଼ିଶା ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଛି। ବହୁ ଧନ ସମ୍ପତ୍ତି ନଷ୍ଟ ହେଉଛି। ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ପାଇଁ ଏହା କ’ଣ ଏକ ଯୁକ୍ତିଯୁକ୍ତ କାରଣ ନୁହେଁ? ୨୦୧୪ର ଏହି ପ୍ରତିଶ୍ରୁତି ବିଷୟ ଲୋକମାନେ ବିଜେପିକୁ ୨୦୧୯ ନିର୍ବାଚନରେ ମନେ ପକାଇଦେବେ। ସ୍ୱତନ୍ତ୍ର ପାହ୍ୟା ରାଜ୍ୟ ମାନ୍ୟତା ଆମର ହକ୍। ଏଥିପାଇଁ ଆମର ଲଢ଼େଇ ଜାରି ରହିବ”, ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ। ଏହା ସହିତ ଶ୍ରୀ ପଟ୍ଟନାୟକ ତାଙ୍କ ସରକାର ଦ୍ୱାରା ସାଧାରଣ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ।

ଭୁବନେଶ୍ୱର-ମଧ୍ୟ ବିଧାୟକ ବିଜୟ ମହାନ୍ତିଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଜନସଂପର୍କ ପଦଯାତ୍ରାରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ପ୍ରିୟଦର୍ଶୀ ମିଶ୍ର, ଦେବାଶିଷ ନାୟକ, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ମେୟର ଅନନ୍ତ ନାରାୟଣ ଜେନା, ଯୁବ ବିଜେଡି ସଭାପତି ଅମରେଶ ପତ୍ରୀ, ଛାତ୍ର ବିଜେଡି ସଭାପତି ରାଣାପ୍ରତାପ ପାତ୍ର, ଭୁବନେଶ୍ୱର ଜିଲ୍ଲା କାର୍ଯ୍ୟକାରୀ ସଭାପତି ବାବୁ ସିଂହ, ଡେପୁଟି ମେୟର କେ. ଶାନ୍ତି, ସୁଲତା ଦେଓ, ଏକାମ୍ର ଭୁବନେଶ୍ୱର ମହିଳା ବିଜେଡି ସଭାନେତ୍ରୀ ମହାମାୟା ସ୍ୱାଇଁ , ସ୍ଥାନୀୟ କର୍ପୋରେଟର ରାଜଲକ୍ଷ୍ମୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।



from Odisha Reporter https://ift.tt/2zm2X5S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages