ଘରୁ ଉଠାଇ ନେଇ ମାରି ଦେଲେ ନକ୍ସଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 7, 2018

ଘରୁ ଉଠାଇ ନେଇ ମାରି ଦେଲେ ନକ୍ସଲ

naxal

ମାଲକାନଗିରି (ଓଡ଼ିଶା ରିପୋର୍ଟର): ଲାଲବାହିନୀର ବର୍ବରକାଣ୍ଡ। ଜଣେ ସରପଞ୍ଚଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି ନକ୍ସଲ।

ଘଟଣାଟି ଘଟିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ। ନକ୍ସଲମାନେ ସରପଞ୍ଚଙ୍କ ସ୍ୱାମୀଙ୍କୁ ଘରୁ ଡାକି ନେଇ ଗୁଳି କରି ହତ୍ୟା କରିଛନ୍ତି। ମୃତକ ହେଲେ କଲମ ଦୁରୁଆ।

ପୁଲିସ ଇନଫର୍ମର ସନ୍ଦେହରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି।

ନଭେମ୍ବର ୧୨ ତାରିଖରେ ଛତିଶଗଡ଼ର ମାଓ ପ୍ରବଣ ୧୨ଟି ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ହେବ। ଏହା ପୂର୍ବରୁ ଲାଲବାହିନୀ ଏଭଳି ଅମାନୁଷିକ କାଣ୍ଡ ଘଟାଇଛନ୍ତି।

ଗତ ୫ ତାରିଖରେ ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ପପଲୁର ଅଞ୍ଚଳରେ ଏସ୍‌ଓଜି ଯବାନଙ୍କ ଗୁଳିରେ ୫ ନକ୍ସଲ ନିହତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିଲେ।



from Odisha Reporter https://ift.tt/2SUjGpN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages