କଟକ ବସ୍ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 20, 2018

କଟକ ବସ୍ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

bus

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକରେ ମହାନଦୀ ପୋଲ ତଳକୁ ବସ୍ ଖସି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଆଜି ସକାଳେ ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି।

ଏହା ସହିତ ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଗତକାଲି ‘ଜଗନ୍ନାଥ’ ନାମକ ଏହି ବସ୍‌ଟି ଅନୁଗୋଳ ଜିଲ୍ଲା ତାଳଚେରରୁ କଟକ ଆସୁଥିବା ବେଳେ ଜଗତପୁର-ଶିଖରପୁର ମଝିରେ ମହାନଦୀ ପୋଲ ତଳକୁ ଖସି ପଡ଼ିଥିଲା। ଏକ ମଇଁଷିକୁ ଧକ୍କା ଦେବା ପରେ ପୋଲର ବାଡ଼ ଭାଙ୍ଗି ଏହା ପ୍ରାୟ ୩୦ ଫୁଟ୍ ତଳେ ବାଲି ଉପରେ ପଡ଼ିଥିଲା। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି।

ଏହି ଘଟଣାର ତଦନ୍ତ କରିବା ପାଇଁ ଏକ ସ୍ୱତନ୍ତ୍ର କମିଟି ଗଠନ କରାଯାଇଛି। ଏମ୍‌ଭିଆଇଙ୍କ ନେତୃତ୍ଁରେ ଏକ ତିନି ଜଣିଆ କମିଟି ଗଠନ କରାଯାଇଛି। କମିଟି ଦୁର୍ଘଟଣାର କାରଣ ଖୋଜିବ।

ମୃତକଙ୍କ ପରିବାର ଲୋକଙ୍କୁ ଦୁଇ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ସହିତ ଆହତଙ୍କୁ ମାଗଣା ଚିକିତ୍ସା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତିତ।



from Odisha Reporter https://ift.tt/2FxQD8J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages