ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ଆତଙ୍କୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 28, 2018

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ଆତଙ୍କୀ

ଶ୍ରୀନଗର: ପୁଣିଥରେ ଜମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତା ମିଳିଛି। ଆଜି ଜମ୍ମୁ-କଶ୍ମୀରର ପୁଲୱାମାରେ ଘଟିଥିବା ଏନ୍‌କାଉଣ୍ଟରରେ ୪ ଜଣ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଛନ୍ତି।

ଦକ୍ଷିଣ କଶ୍ମୀରର ପୁଲୱାମା ଜିଲ୍ଲା ହାନଜାନରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ଅପରେସନ୍‌ ଅଲଆଉଟ୍‌। ଆତଙ୍କବାଦୀମାନେ ଲୁଚି ରହିଥିବା ସ୍ଥାନକୁ ପ୍ରଥମେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କର୍ଡନ କାରାଯାଇଥିଲା। ଏହାପରେ ଆତଙ୍କବାଦୀମାନଙ୍କୁ ଆତ୍ମସମର୍ପଣ ପାଇଁ କୁହାଯାଇଥିଲା।

ତେବେ ସୁରକ୍ଷାକର୍ମୀଙ୍କ ଏହି ଆହ୍ୱାନର ଜବାବ ଆତଙ୍କବାଦୀମାନେ ଗୁଳିରେ ଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ପାଲଟା ଜବାବ ଦିଆଯାଇଥିଲା। ଫଳରେ ଦୀର୍ଘ ସମୟ ଧରି ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଥିଲା। ଏଥିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ଠାରୁ ଏକେ-୪୭ ବନ୍ଧୁକ ସହ ବହୁ ପରିମାଣର ବିସ୍ଫୋରକ ଜବତ ହୋଇଛି। ମୃତ ଆତଙ୍କବାଦୀମାନଙ୍କ ପରିଚୟ ମିଳି ନଥିଲେ ହେଁ ଏମାନେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି।



from Odisha Reporter http://bit.ly/2AmANJ1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages