
ଉମରକୋଟ (ଓଡ଼ିଶା ରିପୋର୍ଟର): ଜଣେ ପ୍ରସୂତିଙ୍କୁ ନେଇ ଡାକ୍ତରଖାନା ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସ ଦୂର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରସୂତିଙ୍କ ସହିତ ଆଶାକର୍ମୀ ଓ ଆମ୍ବୁଲାନ୍ସ ଡ୍ରାଇଭର ଆହତ ହୋଇଛନ୍ତି।
ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ଗବାଗୁଡ଼ା ନିକଟରେ। ଶନିବାର ରାତି ପ୍ରାୟ ୧୨ଟା ବେଳେ ଝରିଗାଁ ବ୍ଳକ୍ ଚଚ୍ଚା ଗାଁର ଜଣେ ପ୍ରସୂତିଙ୍କୁ ନେଇ ୧୦୮ ଆମ୍ୱୁଲାନ୍ସ ଡାକ୍ତରଖାନା ଯାଉଥିଲା। ତେବେ ଗବାଗୁଡ଼ା ନିକଟରେ ଏକ ବୁଲାଣିରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇବାରୁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଆମ୍ବୁଲାନ୍ସଟି ଏକ କଲଭର୍ଟର ସାଇଡ୍ ୱାଲ୍ ଉପରେ ଚଢ଼ି ଯାଇଥିଲା।
ଆହତ ପ୍ରସୂତି, ଆମ୍ଵୁଲାନ୍ସ ଡ୍ରାଇଭର ଓ ଆଶାକର୍ମୀଙ୍କୁ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ଥିବାରୁ ଆଶାକର୍ମୀ ଓ ପ୍ରସୂତିଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
from Odisha Reporter https://ift.tt/2RMxNwb
No comments:
Post a Comment