
କାମାକ୍ଷାନଗର(ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଲୋଧଣି ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ନିରୋପମା ବିଶ୍ୱାଳ।
ଆଜି ସକାଳେ ନିରୋପମା ମର୍ଣ୍ଣିଂ ୱାକ୍ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
ଏଇ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଲୋକମାନେ ଭାଲୁମୁଣ୍ଡା ଛକରେ ରାସ୍ତା ଅବରୋଧ କରିଛନ୍ତି। ବନ ବିଭାଗର କର୍ମଚାରୀ ଗାଁରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି।
ଦନ୍ତାଟି ଗୋଠ ଛଡ଼ା ହୋଇ ସ୍ଥାନୀୟ ଅଞ୍ଚଳରେ ଉତ୍ପାତ କରୁଥିବା ଅଭିଯୋଗ ହୋଇଛି।
ଗତ ମାସରେ ମଧ୍ୟ ଏହି ପଞ୍ଚାୟତରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିଲା।
from Odisha Reporter https://ift.tt/2C040Li
No comments:
Post a Comment