ଧୀରେ ଧୀରେ ଘନୀଭୂତ ହେଉଛି ଘୂର୍ଣ୍ଣିଝଡ଼ ‘ପେତାଇ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 16, 2018

ଧୀରେ ଧୀରେ ଘନୀଭୂତ ହେଉଛି ଘୂର୍ଣ୍ଣିଝଡ଼ ‘ପେତାଇ’

99000000

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ପେତାଇ’ ଧୀରେ ଧୀରେ ଘନୀଭୂତ ହେଉଛି। ଆଜି ସଂଧ୍ୟା ସୁଦ୍ଧା ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ।

ଏହା ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଘଣ୍ଚା ପ୍ରତି ୧୬ କିଲୋମିଟର ବେଗରେ ଗତି କରୁଛି। ଆଜି ଦିନ ସାଢ଼େ ୧୨ଟା ସୁଦ୍ଧା ଏହା ଚେନ୍ନାଇରୁ ୪୩୦କିଲୋମିଟର ଓ ଆନ୍ଧ୍ରପ୍ରଦେଶ ମଛଲିପଟ୍ଟନମଠାରୁ ୫୬୦ କିଲୋମିଟର ଦୂରରେ ଥିଲା।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ। ଆସନ୍ତାକାଲି ଅପରାହ୍ନ ସୁଦ୍ଧା ଆନ୍ଧ୍ର ପ୍ରଦେଶର ମଛଲିପଟ୍ଟନମ୍ ଓ କାକିନାଡ଼ା ମଧ୍ୟରେ ପେତାଇ ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସ୍ଥଳଭାଗ ଛୁଇଁବା ପରେ ଏହା ଦୁର୍ବଳ ହୋଇଯିବ। ‘ପେତାଇ’ ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ଆନ୍ଧ୍ର ଓ ଉତ୍ତର ତାମିଲନାଡୁରେ ପ୍ରବଳ ବର୍ଷା ହେବ। ଓଡ଼ିଶା ଓ ଛତିଶଗଡ଼ରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।



from Odisha Reporter https://ift.tt/2GiI9mn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages