ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 12, 2018

ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

busaccident

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମାଦିଙ୍ଗ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

‘ଜୟ ମାତାଜୀ’ ନାମକ ଏହି ଘରୋଇ ବସ୍‌ଟି ଗତକାଲି ରାତିରେ ଭୁବନେଶ୍ୱରରୁ ନୂଆପଡ଼ା ଜିଲ୍ଲାର ସିନାପାଲି ଯାଉଥିଲା। ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ। ରାତି ପ୍ରାୟ ୩ଟା ବେଳେ ୫୭ ନମ୍ବର ଜାତୀୟ ରାଜପଥରେ ଯାଉଥିବା ବେଳେ ମାଦିଙ୍ଗ ଛକ ନିକଟରେ ବସ୍‌ଟି ରାସ୍ତା ତଳକୁ ଓଲଟି ପଡ଼ିଥିଲା।

ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ନାଁ ଶାରଦା ବଳ। ତାଙ୍କ ଘର ଖଡ଼ିଆଳରେ। ଆହତମାନଙ୍କୁ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ବୌଦ୍ଧ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।

ଦ୍ରୁତି ଗତି ଯୋଗୁ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଲା ନା ଆଉ କିଛି କାରଣ ଅଛି, ତାହା ସ୍ପଷ୍ଟ ହୋଇନାହିଁ। ପୁରୁଣା କଟକ ପୁଲିସ୍ ଘଟଣାର ତଦନ୍ତ କରୁଛି।

ଗତ ୧୦ ତାରିଖ ଦିନ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଖଇରାମୁଣ୍ଡା ଛକ ନିକଟରେ ଏକ ବସ୍ ଓଲଟି ପଡ଼ିଥିଲା। ଏଥିରେ ୧୫ ଜଣ ଆହତ ହୋଇଥିଲେ। ବାଲେଶ୍ୱରରୁ ପିକ୍‌ନିକ୍ ସାରି ଅନୁଗୋଳ ଫେରୁଥିବା ବେଳେ ଭୋର ପ୍ରାୟ ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବସ୍‌ରେ ପ୍ରାୟ ୪୫ ଜଣ ଯାତ୍ରୀ ଥିଲେ।

 



from Odisha Reporter https://ift.tt/2SHNx3K

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages