କଶ୍ମୀରରେ ଆତଙ୍କୀ ହମ୍‌ଲା, ୩ ପୁଲିସ୍‌ ସହିଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 11, 2018

କଶ୍ମୀରରେ ଆତଙ୍କୀ ହମ୍‌ଲା, ୩ ପୁଲିସ୍‌ ସହିଦ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଶୋପିଆନ୍‌ ଜିଲ୍ଲା ସ୍ଥିତ ଏକ ଗାର୍ଡ ପୋଷ୍ଟ ଉପରେ ଆଜି ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ୩ ଜଣ ପୁଲିସ୍‌ କର୍ମଚାରୀ ସହିଦ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ପୁଲିସ୍‌ କର୍ମଚାରୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ଏକ ଆବାସିକ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାକୁ ଏହି ପୁଲିସ୍‌ କର୍ମଚାରୀମାନେ ନିୟୋଜିତ ହୋଇଥିଲେ। ତେବେ କିଛି ସମୟ ପାଇଁ ଏମାନେ ଗାର୍ଡ ପୋଷ୍ଟ ଭିତରେ ଥିବା ବେଳେ ଆତଙ୍କବାଦୀମାନେ ଅତର୍କିତ ଭାବେ ହମ୍‌ଲା କରିଥିଲେ। ଘଟଣା ସ୍ଥଳରେ ହିଁ ୩ ଜଣ ପୁଲିସ୍‌ କର୍ମଚାରୀ ପ୍ରାଣ ହରାଇଥିଲେ। ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳକୁ କର୍ଡନ କରାଯାଇ ପୁଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଛି।



from Odisha Reporter https://ift.tt/2LgBkRj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages