ଓଲଟିଲା ୧୦୮ ଆମ୍ୱୁଲାନ୍ସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 13, 2018

ଓଲଟିଲା ୧୦୮ ଆମ୍ୱୁଲାନ୍ସ

ambulance

ଉଦଳା (ଓଡ଼ିଶା ରିପୋର୍ଟର): ରୋଗୀ ଆଣିବାକୁ ଯାଉଥିବା ବେଳେ ରାସ୍ତା କଡ଼କୁ ଓଲଟି ପଡ଼ିଲା ୧୦୮ ଆମ୍ୱୁଲାନ୍ସ। ଏହି ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଉଦଳା-ବାରିପଦା ରାସ୍ତାର ପଥରା ଛକ ନିକଟରେ।

ଆମ୍ୱୁଲାନ୍ସଟି ଖୁଣ୍ଟାରୁ ଉଦଳାକୁ ରୋଗୀ ଆଣିବା ପାଇଁ ଯାଉଥିଲା। ହେଲେ ପଥରା ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା।

ଦୁର୍ଘଟଣା ଯୋଗୁ ଆମ୍ୱୁଲାନ୍ସରେ ଥିବା ଜଣେ ଫର୍ମାସିଷ୍ଟ ଆହତ ହୋଇଛନ୍ତି। ତାଙ୍କୁ ଖୁଣ୍ଟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଡ୍ରାଇଭର ଓ ଅନ୍ୟ ଜଣେ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ଅନ୍ୟପକ୍ଷରେ ବାଲେଶ୍ୱର ଜିଲ୍ଲା ୬୦ ନମ୍ବର ଜାତୀୟ ରାଜପଥର ହଳଦୀପଦା ନିକଟରେ ମଧ୍ୟ ଆଜି ସକାଳେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି।

ଏକ ଟ୍ରକ୍ ପଛରେ ଆମ୍ବୁଲାନ୍ସଟି ପିଟି ହୋଇଥିଲା। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି।



from Odisha Reporter https://ift.tt/2SNQBv5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages