
କୋରାପୁଟ ( ଟି.ଗୌରିଶଙ୍କର): ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଅବିଭକ୍ତ କୋରାପୁଟର ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।
ବନ୍ଦ ଯୋଗୁ ଗାଡ଼ି ଚଳାଚଳ, ଦୋକାନବଜାର ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ ଦିଆଯାଇଛି।
ବିଭିନ୍ନ ଜିଲ୍ଲାର ଓକିଲ ସଂଘ ସହ ବୈଠକ ପରେ ମିଳିତ କ୍ରିୟାନୁଷ୍ଠାନ କମିଟି ଏହି ବନ୍ଦ ପାଳନ କରୁଛି। ବାରମ୍ବାର ଦାବି ସତ୍ତ୍ୱେ ସରକାର କୌଣସି ପଦକ୍ଷେପ ନେଉ ନ ଥିବାରୁ ପ୍ରତିବାଦରେ ଏହି ଜିଲ୍ଲାଗୁଡିକରେ ବନ୍ଦ ପାଳନ କରାଯାଉଛି ବୋଲି କମିଟି ପକ୍ଷରୁ କୁହାଯାଇଛି।
from Odisha Reporter https://ift.tt/2UZbB4e
No comments:
Post a Comment