ଦୋଷୀ ସାବ୍ୟସ୍ତ ହେବା ପରେ କଂଗ୍ରେସ ଛାଡ଼ିଲେ ସଜ୍ଜନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 18, 2018

ଦୋଷୀ ସାବ୍ୟସ୍ତ ହେବା ପରେ କଂଗ୍ରେସ ଛାଡ଼ିଲେ ସଜ୍ଜନ୍‌

ନୂଆଦିଲ୍ଲୀ: ୧୯୮୪ ଶିଖ୍‌ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ହେବାପରେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସଜ୍ଜନ୍‌ କୁମାର। ସେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି।

ସୋମବାର ଦିଲ୍ଲୀ ହାଇକୋର୍ଟ ସଜ୍ଜନ୍‌ଙ୍କୁ ୧୯୮୪ ଶିଖ୍ ଦଙ୍ଗା ମାମଲରେ ଦୋଷୀ ସାବ୍ୟସ୍ତ କରିବା ସହିତ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। କିନ୍ତୁ ସେ ଦୋଷୀ ସାବ୍ୟସ୍ତ ହେବାପରେ ମଧ୍ୟ କଂଗ୍ରେସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିଲା।

ଆଜି ସେ ଦେଇଥିବା ଇସ୍ତଫା ପତ୍ରରେ ଲେଖିଛନ୍ତି, “ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ମୋ ବିରୋଧରେ ଦିଆଯାଇଥିବା ରାୟ ଆଧାରରେ ମୁଁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାଥମିକତା ସଦସ୍ୟ ପଦବୀରୁ ଇସ୍ତଫା ଦେଉଛି।”



from Odisha Reporter https://ift.tt/2BtQFJF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages