
ଧର୍ମଗଡ଼ (ଓଡ଼ିଶା ରିପୋର୍ଟର): ଧର୍ମଗଡ଼ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ ଡାକରା ଦିଆଯାଇଛି। ଧର୍ମଗଡ଼ ଉପଖଣ୍ଡର ୬ଟି ବ୍ଲକରେ ଏହି ବନ୍ଦ ପାଳନ କରୁଛି କ୍ରିୟାନୁଷ୍ଠାନ କମିଟି।
ଆନ୍ଦୋଳନକାରୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ସ୍କୁଲ୍, କଲେଜ ସହ ସମସ୍ତ ସରକାରୀ ପ୍ରତିଷ୍ଠାନ ଓ ଦୋକାନ ବଜାର ବନ୍ଦ କରିବାକୁ ଆହ୍ୱାନ ଦିଆଯାଇଛି।
ଏହି ଆନ୍ଦୋଳନକୁ ବିଭିନ୍ନ ରାଜନୈତିକ ଦଳ ସମର୍ଥନ କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯାଇଛି।
from Odisha Reporter http://bit.ly/2TcThmd
No comments:
Post a Comment