୨୪ ଘଣ୍ଟାରେ ବାତ୍ୟା ଆଶଙ୍କା, ଶକ୍ତି ସଂଗ୍ରହ କରୁଛି ଲଘୁଚାପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 13, 2018

୨୪ ଘଣ୍ଟାରେ ବାତ୍ୟା ଆଶଙ୍କା, ଶକ୍ତି ସଂଗ୍ରହ କରୁଛି ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଅବପାତ କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ବର୍ତ୍ତମାନ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଚେନ୍ନାଇ ଉପକୂଳରୁ ୧୧୪୦ ଓ ମଛଲିପଟନମଠାରୁ ୧୩୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ ଏବଂ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାଇକ୍ଲୋନିକ ଷ୍ଟର୍ମ ବା ଘୂର୍ଣ୍ଣିବାତ୍ୟାରେ ପରିଣତ ହେବ।

ଏହି ଘୂର୍ଣ୍ଣିଝଡ଼ ୭୨ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ର ପ୍ରଦେଶ ଓ ତାମିଲନାଡୁ ଉପକୂଳ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍‌ରେ କୁହାଯାଇଛି।

ତେବେ ଏହି ବାତ୍ୟାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଏବଂ ପବନ ହେବ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନିଆଯାଇଛି।

୧୬ ଓ ୧୭ ତାରିଖରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାନା ରହିଛି। ଏଥିପାଇଁ ଚାଷୀଙ୍କୁ କଟା ଯାଇଥିବା ଧାନକୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍‌ରେ କୁହାଯାଇଛି ଯେ ଶନିବାର ବେଳକୁ ଘୂର୍ଣ୍ଣିବାତ୍ୟାର ପ୍ରଭାବ ଆନ୍ଧ୍ର ଏବଂ ତାମିଲନାଡୁରେ ପଡ଼ିବ। ଫଳରେ ଜୋରରେ ପବନ ବୋହିବା ସହ ବର୍ଷା ମଧ୍ୟ ହେବ।

୧୫ ତାରିଖରେ ଦକ୍ଷିଣ ଓ ଉପକୂଳ ଆନ୍ଧ୍ର ପ୍ରଦେଶ ଏବଂ ତାମିଲନାଡ଼ୁରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ ଏବଂ ବେଳେବେଳେ ଏହା ୧୨୦ ମଧ୍ୟ ଛୁଇଁପାରେ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ଏହା ମଧ୍ୟକୁ ଯିବାକୁ ବିଭାଗ ପକ୍ଷରୁ ବାରଣ କରାଯାଇଛି। ୧୬ ଓ ୧୭ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ।



from Odisha Reporter https://ift.tt/2QzhiY8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages