୪ରୁ ଶିଶିର ସରସ, ୧୫ କୋଟି ଟଙ୍କାର ବ୍ୟବସାୟ ଲକ୍ଷ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 18, 2018

୪ରୁ ଶିଶିର ସରସ, ୧୫ କୋଟି ଟଙ୍କାର ବ୍ୟବସାୟ ଲକ୍ଷ୍ୟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୪ ତାରିଖରୁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜନ ହେବ ‘ଶିଶିର ସରସ’। ଏହି ମେଳାରେ ୨୪ଟି ରାଜ୍ୟ ସମେତ ଓଡ଼ିଶାର ୩୦ଟି ଜିଲ୍ଲାର ଶିଳ୍ପୀ, କାରିଗର ଓ ସ୍ୱୟଂ ସହାୟକ ଗୋଷ୍ଠୀର କର୍ମକର୍ତ୍ତା ନିଜ ନିଜର ଦ୍ରବ୍ୟ ଆଣି ବିକ୍ରି କରିବେ। ଏଥି ପାଇଁ ପ୍ରାୟ ୩୦୨ ଷ୍ଟଲର ବ୍ୟବସ୍ଥା ହୋଇଛି।

ଆସନ୍ତା ଜାନୁଆରୀ ୧୪ ତାରିଖ ପର୍ଯ୍ୟନ୍ତ ଏହି ମେଳା ଚାଲିବ। ଓରମାସ୍‌ ଏହି ପ୍ରଦର୍ଶନୀକୁ ଆୟୋଜନ କରିବ।  ଚଳିତ ବର୍ଷ ୧୫ କୋଟି ଟଙ୍କା ବ୍ୟବସାୟ ହେବ ବୋଲି ପୂର୍ବାନୁମାନ କରିଛି ଓରମାସ୍‌। ଏଥି ସହିତ ପ୍ରତି ସଂଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ମନ୍ତ୍ରୀ ପ୍ରଦୀପ ମହାରଥୀ ସୂଚନା ଦେଇଛନ୍ତି।



from Odisha Reporter https://ift.tt/2rGUzu9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages