ଝିଅ ଘରକୁ ଆସୁଥିଲା ମା’, ହେଲେ… - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 16, 2018

ଝିଅ ଘରକୁ ଆସୁଥିଲା ମା’, ହେଲେ…

truck

କେନ୍ଦୁଝର (ପ୍ରଣୟ କୁମାର ପାଣି): କେନ୍ଦୁଝର ଜିଲ୍ଲା ଘଟଗାଁ ବାଲିଯୋଡ଼ି ନିକଟରେ ଆମ୍ବୁଲାନ୍ସ ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ଲୋଚନା ନାଏକ। ତାଙ୍କ ଘର ପର୍ଶୁରାମପୁରରେ।

ଗତକାଲି ଲୋଚନା ପର୍ଶୁରାମପୁରରୁ ଝିଅ ଘର ବାଲିଯୋଡ଼ିକୁ ବସ୍‌ରେ ଆସିଥିଲେ। ବସ୍‌ରୁ ଓହ୍ଲାଇ ରାସ୍ତା ପାର ହେଉଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଆମ୍ବୁଲାନ୍ସ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣାସ୍ଥଳରେ କିଛି ସମୟ ଧରି ଉତ୍ତେଜନା ପ୍ରକାଶ ପାଇଥିଲା। ମୃତ ମହିଳାଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ଲୋକମାନେ ୨୦ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ପୁଲିସ୍‌ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।



from Odisha Reporter https://ift.tt/2SPMOxB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages