ଡିପ୍‌ ଡିପ୍ରେସନର ରୂପ ନେଲା ଲଘୁଚାପ: ଓଡ଼ିଶାର ୬ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 14, 2018

ଡିପ୍‌ ଡିପ୍ରେସନର ରୂପ ନେଲା ଲଘୁଚାପ: ଓଡ଼ିଶାର ୬ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

rain..8

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଡିପ୍ରେସନରୁ ଡିପ୍ ଡିପ୍ରେସନର ରୂପ ନେଇଛି। ଏହା ଚେନ୍ନାଇଠାରୁ ୭୩୦ କିଲୋମିଟର ଦୂରରେ ରହିଥିବା ବେଳେ ମଛଲିପଟ୍ଟନମଠାରୁ ୯୩୦ କି.ମି. ଦୂରରେ ରହିଛି। ଏହା ପୂର୍ବ ଓ ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇଛି।
ଆସନ୍ତା ୧୨ ଘଣ୍ଟାରେ ଏହା ଘୂର୍ଣ୍ଣିଝଡ଼ ରୂପ ନେବାର ସମ୍ଭାବନା ଥିବାରୁ ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଜାରି ହୋଇଛି।
ଆସନ୍ତା ୨୪ ଘଣ୍ଟାରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ୧୭ ତାରିଖ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡା ଏବଂ ଓଙ୍ଗଲ ମଧ୍ୟରେ ସ୍ଥଳଭାଗ ଛୁଇଁବ।
ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୬ ଏବଂ ୧୭ ତାରିଖରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବର୍ଷା ହେବା ସହ କୋହଲା ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ବିଶେଷ କରି ୬ଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଏହାସହ ଅମଳ ହୋଇ ବିଲରେ ପଡ଼ିଥିବା ଫସଲକୁ ସୁରକ୍ଷା ଦେବାକୁ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଏଣ୍ଟ ରିଲିଫ୍ କମିଶନର ପ୍ରଭାତ ରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି।
ସେ କହିଛନ୍ତି, “ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓୟୁଟି ଓ କୃଷି ବିଭାଗ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି।”



from Odisha Reporter https://ift.tt/2UHRvLA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages