୧୨ ଘଣ୍ଟା ଭିତରେ ଲଘୁଚାପରେ ପରିଣତ ହେବ ‘ପେତାଇ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 17, 2018

୧୨ ଘଣ୍ଟା ଭିତରେ ଲଘୁଚାପରେ ପରିଣତ ହେବ ‘ପେତାଇ’

vrain-2

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ପେତାଇ’ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି। ଗତକାଲି ସ୍ଥଳ ଭାଗ ଛୁଇଁବା ପରେ ଏହା ଆନ୍ଧ୍ର ଉପକୂଳ ଦେଇ ଉତ୍ତର, ଉତ୍ତର-ପୂର୍ବ ଦିଗରେ ଗତି କରିଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ସକାଳ ସାଢ଼େ ୫ଟା ସୁଦ୍ଧା ଏହାର ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇ ରହିଛି। ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ।

‘ପେତାଇ’ ଦୁର୍ବଳ ହୋଇଥିଲେ ମଧ୍ୟ ସାରା ଓଡ଼ିଶାରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି। ବିଶେଷ କରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇଛି। ବଲାଙ୍ଗିରରେ ସର୍ବାଧିକ ୯୨.୪ ମିମି ବର୍ଷା ହୋଇଥିବା ବେଳେ ସମ୍ବଲପୁରରେ ୭୪.୪ ମିମି, ସୁବର୍ଣ୍ଣପୁରରେ ୬୭.୮ ମିମି, କୋରାପୁଟରେ ୫୭ ମିମି ଓ ଗୋପାଳପୁରରେ ୫୪.୬ ମିମି ବର୍ଷା ହୋଇଛି।

ଉପକୂଳ ଓଡ଼ିଶାରେ କୋହଲା ପାଗ ରହିଛି। ତେଣୁ ପ୍ରବଳ ଶୀତ ହେଉଛି। ଆଜି ଅପରାହ୍ଣ ବେଳକୁ ପାଗରେ କିଛିଟା ପରିବର୍ତ୍ତନ ଆସିପାରେ ବୋଲି ପାଣିପାଗ ବିଭାଗ ଅନୁମାନ ଲଗାଇଛି।

ଗତକାଲି ’ପେତାଇ’ ଆନ୍ଧ୍ରପ୍ରଦେଶରେ ବ୍ୟାପକ କ୍ଷୟକ୍ଷତି କରିଥିଲା।



from Odisha Reporter https://ift.tt/2S74O6H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages