
ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳରେ ଏକ ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା ସହ ଲୁଟ୍ ହୋଇଛି। ଏପରିକି ଦୁର୍ବୃତ୍ତମାନେ ପମ୍ପର କର୍ମଚାରୀଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି।
ଅଭିଯୋଗ ଅନୁସାରେ, ଧାନନଗରର ଗୁହାଳିଆ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଦୁର୍ବୃତ୍ତ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଏହାପରେ ସେମାନେ ପମ୍ପରେ ଭଙ୍ଗାରୁଜା କରିବା ସହ ୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ଲୁଟି ଫେରାର ହୋଇଯାଇଛନ୍ତି।
ଆକ୍ରମଣ ବେଳର ଘଟଣା ପେଟ୍ରୋଲ ପମ୍ପରେ ଲାଗିଥିବା ସିସିଟିଭିରେ ରେକର୍ଡ ହୋଇଛି। ଏହାକୁ ଆଧାର କରି ପୁଲିସ ଘଟଣାର ତଦନ୍ତ ଚଳାଇଛି।
from Odisha Reporter http://bit.ly/2BMpKsG
No comments:
Post a Comment