ଆଜିଠୁ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହ ବନ୍ଦ ହେବ କୋର୍ଟ କଚେରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 3, 2018

ଆଜିଠୁ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହ ବନ୍ଦ ହେବ କୋର୍ଟ କଚେରୀ

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପୁନଃପ୍ରତିଷ୍ଠା ଦାବି ତୀବ୍ର ହେଉଛି। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ତହସିଲ ଏବଂ କୋର୍ଟକୁ ବନ୍ଦ କରିବାକୁ ଜିଲ୍ଲା ଓକିଲ ସଂଘ ନିଷ୍ପତ୍ତି ନେଇଛି।

ଗତକାଲି ବଲାଙ୍ଗିର ଜିଲ୍ଲାରେ ୨୪ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଫଳରେ ବଲାଙ୍ଗିର ସହରର ସମସ୍ତ ସରକାରୀ ଓ ଘରୋଇ ପ୍ରତିଷ୍ଠାନ ବନ୍ଦ ରହିଥିଲା।

ଏହା ପୂର୍ବରୁ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବିରେ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମହାବନ୍ଦ ପାଳନ କରାଯାଇଥିଲା। ଏଥିରେ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼ ଓ ସୁବର୍ଣ୍ଣପୁର ଜିଲ୍ଲା ସାମିଲ ହୋଇଥିଲେ। ଦୁଇ ଦିନ ଧରି ଏ ସବୁ ସ୍ଥାନରେ ବନ୍ଦ ପାଳନ ହୋଇଥିଲା। ତେବେ ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ଏଥିରେ ସାମିଲ ହୋଇ ନଥିଲେ। ସେହିପରି ରାଉରକେଲା ଓ ବରଗଡ଼ ସହରରେ ମଧ୍ୟ ବନ୍ଦର ପ୍ରଭାବ ଦେଖିବାକୁ ମିଳି ନଥିଲା।

ଅଧିକ ପଢ଼ନ୍ତୁ-ତେଜିଲା ହାଇକୋର୍ଟ ସ୍ଥାୟୀ ବେଞ୍ଚ୍‌ ପୁନଃପ୍ରତିଷ୍ଠା ଦାବି; ବଲାଙ୍ଗିରରେ ୨୪ ଘଣ୍ଟିଆ ବନ୍ଦ



from Odisha Reporter https://ift.tt/2Qb0YMP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages