ଶପଥ ନେଲେ ଗେହଲଟ୍ ଓ ପାଇଲଟ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 16, 2018

ଶପଥ ନେଲେ ଗେହଲଟ୍ ଓ ପାଇଲଟ୍‌

OATH

ଜୟପୁର: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି ବରିଷ୍ଠ ବିଜେପି ନେତା ଅଶୋକ ଗେହଲଟ୍‌। ରାଜ୍ୟପାଳ କଲ୍ୟାଣ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ।

ଅଶୋକ ଗେହଲଟ୍ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ସଚିନ୍ ପାଇଲଟ୍ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ଜୟପୁର ସ୍ଥିତ ଆଲବର୍ଟ ହଲ୍ ପରିସରରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।

ଗେହଲଟ୍ ତୃତୀୟ ଥର ପାଇଁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହା ପୂର୍ବରୁ ସେ ୧୯୯୮ରୁ ୨୦୦୩ ଓ ୨୦୦୮ରୁ ୨୦୧୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ହୋଇଥିଲେ।

ନିର୍ବାଚନ ଫଳାଫଳ ଆସିବାର ଦୁଇ ଦିନ ପର୍ଯ୍ୟନ୍ତ ମାନସମନ୍ଥନ କରିବା ପରେ ଅଶୋକ ଗେହଲଟ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ହେବେ ବୋଲି ନିଷ୍ପତ୍ତି ହୋଇଥିଲା। ସଚିନ୍‌ ପାଇଲଟ ବି ମୁଖ୍ୟମନ୍ତ୍ରୀ ଦୌଡ଼ରେ ସାମିଲ ଥିଲେ। ସେଥିପାଇଁ ସମସ୍ୟା ସୃଷ୍ଟି ହୋଇଥିଲା।

ଏହି ଶପଥଗ୍ରହଣ ଉତ୍ସବରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି ଦେବେଗୌଡ଼ା ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ୱାମୀ, ନ୍ୟାସ୍‌ନାଲ୍ କନ୍‌ଫରେନ୍ସ ନେତା ଫାରୁକ ଅବଦୁଲ୍ଲା, ଏନ୍‌ସିପି ମୁଖ୍ୟ ଶରଦ ପାୱାର, ବିହାରର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ଓ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ପ୍ରମୁଖ ଉପସ୍ଥିତ ରହିଥିଲେ। ତେବେ ଏଥିରେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଓ ମାୟାବତୀ ଅନୁପସ୍ଥିତ ରହିଥିଲେ।



from Odisha Reporter https://ift.tt/2Sct6Mk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages