
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ପେତାଇ’ ସ୍ଥଳ ଭାଗ ଛୁଇଁଲା ପରେ ଦୁର୍ବଳ ହୋଇଛି। ଏହା ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଆନ୍ଧ୍ର ପ୍ରଦେଶ ଉପୂକଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।
ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ଅଧିକ ବର୍ଷା ହେବ। ଗଞ୍ଜାମ, ପୁରୀ, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷିବ। ତେବେ ଆଜି ଅପରାହ୍ନ ବେଳକୁ ପାଗରେ କିଛିଟା ପରିବର୍ତ୍ତନ ହୋଇପାରେ।
ଗତକାଲି ଅପରାହ୍ନରେ ଆନ୍ଧ୍ର ପ୍ରଦେଶର ପୂର୍ବ ଗୋଦାବରୀ କାଟ୍ରେନିକୋଣା ନିକଟରେ ସ୍ଥଳଭାଗ ଛୁଇଁଥିଲା ‘ପେତାଇ’। ଏହି ସମୟରେ ଆନ୍ଧ୍ରରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି।
ଆନ୍ଧ୍ରରେ ‘ପେତାଇ’ ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ୧୨ଟି NDRF ଟିମ୍, ନୌସେନାର ୨ଟି ହେଲିକପ୍ଟର ଓ ୧୦ଟି ଅଗ୍ନିଶମ ଟିମ୍ ମୁତୟନ କରାଯାଇଥିଲା।
ବାତ୍ୟାକୁ ଦୃଷ୍ଟିରେ ରଖି ଗତକାଲି କିଛି ଟ୍ରେନ୍ର ଯାତାୟତ ସମୟରେ ମଧ୍ୟ ପରିବର୍ତ୍ତନ କରାଯାଇଥିଲା।
from Odisha Reporter https://ift.tt/2S5VIHi
No comments:
Post a Comment