ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୂପେଶ ବାଘେଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 17, 2018

ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୂପେଶ ବାଘେଲ

ରାୟପୁର: ବିଦାୟୀ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ରମଣ ସିଂହଙ୍କ ଉପସ୍ଥିତିରେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ କଂଗ୍ରେସ ନେତା ଭୂପେଶ ବାଘେଲ ଆଜି ଶପଥ ଗ୍ରହଣ କରିଛନ୍ତି। ବର୍ଷା ଯୋଗୁ ବାଲବେର ଜୁନେଜା ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଆନନ୍ଦିବେନ ପଟେଲ ଶ୍ରୀ ବାଘେଲଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସେହିପରି ପୂର୍ବରୁ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ଥିବା ବିଧାୟକ ଟିଏସ୍‌ ସିଂହଦେଓ ଏବଂ ତାମ୍ରଧ୍ୱଜ ସାହୁ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ଆଜିର ଶପଥ ପାଠ ଉତ୍ସବରେ କଂଗ୍ରେସ ଅଧକ୍ଷ ରାହୁଲ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ଏଆଇସିସିର ସାଧାରଣ ସମ୍ପାଦକ ମଲ୍ଲିକାର୍ଜୁନ ଖାଡ଼ଗେ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ତାଙ୍କ ଡେପୁଟି ସଚିନ ପାଇଲଟ୍‌, ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣସ୍ୱାମୀ, ସାଂସଦ ଜ୍ୟୋତିରାଦିତ୍ୟ ସିନ୍ଧିଆ, ପଞ୍ଜାବ ମନ୍ତ୍ରୀ ନଭଜୋତ ସିଂହ ସିଦ୍ଧୁ, ଏନସି ନେତା ଫାରୁକ ଅବଦୁଲ୍ଲା ଓ ଲୋକତାନ୍ତ୍ରିକ ଜନତା ଦଳ ନେତା ଶରଦ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।



from Odisha Reporter https://ift.tt/2ErR2r9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages