ଘାଟିରୁ ଓଲଟି ପଡ଼ିଲା ଅଟୋ, ୭ ଜଣ ବସିଥିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 22, 2019

ଘାଟିରୁ ଓଲଟି ପଡ଼ିଲା ଅଟୋ, ୭ ଜଣ ବସିଥିଲେ

kanjipani

ତେଲକୋଇ/ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କନ୍ଧମାଳ ଜିଲ୍ଲାରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର ଜିଲ୍ଲାରେ ମଧ୍ୟ ଏକ ଦୁର୍ଘଟଣା ଘଟିଛି। କାଞ୍ଜିପାଣି ଘାଟିରେ ଏକ ଅଟୋ ଓଲଟି ପଡ଼ିଛି। ଘାଟିର ମହାଦେବ ମନ୍ଦିର ନିକଟରେ ଏ ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ୭ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତଙ୍କୁ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏ ଦୁର୍ଘଟଣା କେମିତି ଘଟିଲା ତାହା ଜଣାପଡ଼ି ନାହିଁ। ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

ଅନ୍ୟପକ୍ଷରେ କନ୍ଧମାଳର ବ୍ରାହ୍ମଣୀଗାଁର ବଙ୍ଗଡ଼ଦୁଆ ଘାଟିରେ ୪୦ରୁ ଅଧିକ ଲୋକଙ୍କୁ ନେଇ ଯାଉଥିବା ଏକ ମିନି ଟ୍ରକ୍ ଓଲଟି ପଡ଼ିବାରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଏଥିରେ ବି ଦୁର୍ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ।



from Odisha Reporter http://bit.ly/2RIHU9k

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages