ଆସନ୍ତାକାଲି ଏହି ଜିଲ୍ଲା ଗୁଡ଼ିକରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 8, 2019

ଆସନ୍ତାକାଲି ଏହି ଜିଲ୍ଲା ଗୁଡ଼ିକରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ

school

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ଭାରତ ବନ୍ଦକୁ ଦୃଷ୍ଟିରେ ରଖି ଆଜି ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ବନ୍ଦର ଦ୍ୱିତୀୟ ଦିନ ଅର୍ଥାତ ଆସନ୍ତାକାଲି ୧୪ ଜିଲ୍ଲାରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇଛନ୍ତି। ସମ୍ପୃକ୍ତ ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ସମ୍ବଲପୁର, ଯାଜପୁର, କନ୍ଧମାଳ, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କଟକ, କେନ୍ଦ୍ରାପଡ଼ା, ବଲାଙ୍ଗିର, ବରଗଡ଼।

ବିଭିନ୍ନ ଶ୍ରମିକ ସଂଗଠନର ଭାରତ ବନ୍ଦ ଡାକରା ଯୋଗୁ ଆସନ୍ତାକାଲି ଶିକ୍ଷାନୁଷ୍ଠାନ ବନ୍ଦ ରହିବ କି ନାହିଁ ସେ ନେଇ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବେ ବୋଲି ଆଜି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଏହା ପରେ ଜିଲ୍ଲାପାଳମାନେ ଛୁଟି କରିବାକୁ ଘୋଷଣା କରିଛନ୍ତି।

ବନ୍ଦ ଡାକରା ଯୋଗୁ ସମଗ୍ର ରାଜ୍ୟରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଦୂର ଯାତ୍ରା କରୁଥିବା ଟ୍ରେନ୍‌ ଗୁଡ଼ିକ ବିଭିନ୍ନ ଷ୍ଟେସନ୍‌ରେ ଅଟକି ରହିଛି। ସେହିପରି ଭୁବନେଶ୍ୱର ସମେତ ବିଭିନ୍ନ ସହରାଞ୍ଚଳରେ କାଁଭାଁ କିଛି ସ୍ଥାନରେ ହିଂସାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଏହାକୁ ନଜରରେ ରଖି ଜିଲ୍ଲାପାଳମାନେ ଆସନ୍ତାକାଲି ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।



from Odisha Reporter http://bit.ly/2FePAth

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages