
ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍ କୁଆମ୍ବା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅକାଳ ଗୌଡ଼।
ଅଟୋଟି କିଛି ଶ୍ରମିକଙ୍କୁ ନେଇ ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଅକାଳଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୧୦ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚନ୍ଦାହାଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ପୁଲିସ୍ ଘଟଣାର ତଦନ୍ତ କରୁଛି।
from Odisha Reporter http://bit.ly/2CQ8CUF
No comments:
Post a Comment