ନିପାଣିଆରେ ଡଙ୍ଗା ବୁଡ଼ି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 2, 2019

ନିପାଣିଆରେ ଡଙ୍ଗା ବୁଡ଼ି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି

boat

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ମହାନଦୀ ମୁହାଣର ନିପାଣିଆରେ ଡଙ୍ଗା ବୁଡ଼ି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ପାଣି ଭିତରୁ ଏମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ୭ ଜଣ ଶିଶୁ ଓ ୨ ଜଣ ମହିଳା ଅଛନ୍ତି। ଆଉ ଜଣେ ୬ ବର୍ଷର ଶିଶୁ ଏବେ ବି ନିଖୋଜ ଅଛି। ଗତକାଲି ରାତି ତିନିଟା ପର୍ଯ୍ୟନ୍ତ ଉଦ୍ଧାରକାର୍ଯ୍ୟ ଚାଲିଥିଲା।

ଗତକାଲି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଅଞ୍ଚଳ ହସିଣା ଗାଁର ୧୭ଟି ପରିବାରର ପୁରୁଷ, ମହିଳା ଓ ଶିଶୁଙ୍କୁ ମିଶାଇ ମୋଟ ୫୫ ଜଣ ବଣଭୋଜି କରିବାକୁ ଦୁଇଟି ଦେଶୀ ଡଙ୍ଗା ଯୋଗେ ହୁକିଟୋଲା ଯାଇଥିଲେ। ତେବେ ସେଠାରୁ ସେମାନେ ଗୋଟିଏ ଡଙ୍ଗାରେ ଫେରୁଥିଲେ। ଫେରିବା ବେଳେ କେନ୍ଦ୍ରାପଡ଼ାର ନିପାଣିଆରେ ମହାନଦୀ ମୁହାଣରେ ଡଙ୍ଗାଟି ବୁଡ଼ି ଯାଇଥିଲା।

କ୍ଷମତାଠାରୁ ଡଙ୍ଗାରେ ଅଧିକ ଯାତ୍ରୀ ଥିବାରୁ ଦୁର୍ଘଟଣା ଘଟିଥିବା କୁହାଯାଉଛି। ଡଙ୍ଗାର କ୍ଷମତା ୧୦ ଥିବା ବେଳେ ୫୫ ଜଣ ସେଥିରେ ଯାଇଥିଲେ ବୋଲି କୁହାଯାଉଛି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ତିନି ଜଣ ଥିବା ଜଣାପଡ଼ିଛି। ଏହି ପରିବାରର ଜଣେ ମହିଳା ଓ ତାଙ୍କ ଦୁଇ ଛୁଆଙ୍କ ମୃତ୍ୟୁ ଘଟିଛି।

ଡଙ୍ଗା ଚାଳକକୁ ପୁଲିସ୍ ଅଟକ ରଖି ପଚରାଉଚରା କରୁଛି।

କେନ୍ଦ୍ରାପଡ଼ା ଏସ୍‌ପି ନୀତିଶେଖର କହିଛନ୍ତି, ଏମାନେ ସମସ୍ତେ ପିକ୍‌ନିକ୍‌ କରିବାକୁ ଗଲା ବେଳେ ଦୁଇଟି ଡଙ୍ଗାରେ ଯାଇଥିଲେ। ତେବେ ଗୋଟିଏ ଡଙ୍ଗାରେ ଫେରିଥିଲେ। ଡଙ୍ଗାଟି ବଡ଼ ନୁହେଁ। ଅତିବେଶୀରେ ସେଥିରେ ୧୦ ଜଣ ବସିବା କଥା। ତେବେ କେଉଁଭଳି ପରିସ୍ଥିତିରେ ଏତେ ଲୋକ ସେଥିରେ ଆସିଲେ, ତା’ର ତଦନ୍ତ କରାଯିବ।

ଡଙ୍ଗା ବୁଡ଼ିବା ନେଇ ଖବର ମିଳିବା ମାତ୍ରେ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟରେ ଲାଗି ପଡ଼ିଥିଲେ। ପରେ ଅଗ୍ନିଶମ ବାହିନୀ, ଓଡ୍ରାଫ୍ ଓ କୋଷ୍ଟଗାର୍ଡ ଟିମ୍ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ। କେନ୍ଦ୍ରାପଡ଼ା ଜିଲ୍ଲାପାଳ ଓ ଉପ-ଜିଲ୍ଲାପାଳ ଘଟଣାସ୍ଥଳରେ ଉପସ୍ଥିତ ରହିଛି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ।
ସ୍ଥାନୀୟ ଲୋକେ ପାଣିରୁ ଉଦ୍ଧାର ହୋଇଥିବା ଲୋକଙ୍କୁ ପୋଷାକ ଦେବା ସହିତ ଶୀତରୁ ରକ୍ଷା ପାଇବା ପାଇଁ ସଙ୍ଗେ ସଙ୍ଗେ ନିଆଁର ବ୍ୟବସ୍ଥା ମଧ୍ୟ କରିଥିଲେ।
ଏହି ଡଙ୍ଗାବୁଡ଼ି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତି ମୃତକଙ୍କ ନିକଟ ସଂପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସାହାଯ୍ୟ ଘୋଷଣା କରିଛନ୍ତି। ଏହା ସହିତ ଯେଉଁମାନେ ଅସୁସ୍ଥ ବା ଆହତ ହୋଇଛନ୍ତି, ସେମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଧର୍ମେନ୍ଦ୍ର।



from Odisha Reporter http://bit.ly/2BWOSwO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages