୨୦ ଫୁଟ୍‌ ତଳକୁ ଖସିଲା ବାଇକ୍: ଜଣେ ମୃତ, ଜଣେ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 28, 2019

୨୦ ଫୁଟ୍‌ ତଳକୁ ଖସିଲା ବାଇକ୍: ଜଣେ ମୃତ, ଜଣେ ଗୁରୁତର

accident

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ବାଘମରା ପୋଲ ନିକଟରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଆହତ ହୋଇଛନ୍ତି।

accident1ମୃତକଙ୍କ ନାଁ ଅନଗ ପାଣିଗ୍ରାହୀ। ଆହତଙ୍କ ନାଁ ଆରତି ହୋତା। ତାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ଖବର ଅନୁସାରେ, ଗତକାଲି ସରସରା ଗାଁର ଆରତି ଓ ଅନଗ ଏକ ବାହାଘର ଭୋଜିରେ ଯୋଗ ଦେବାକୁ ବାଇକ୍ ଯୋଗେ ବିଏମ୍‌ପୁର ଯାଇଥିଲେ। ସେଠାରୁ ଫେରିବା ବେଳେ ବାଉଁଶୁଣୀର ବାଘପୋଲ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ଏକ ଫଳକରେ ପିଟି ହୋଇ ୨୦ଫୁଟ୍‌ ତଳକୁ ଖସି ପଡ଼ିଥିଲା।

ସ୍ଥାନୀୟ ଲୋକଙ୍କ ସହାୟତାରେ ଦମକଳ ବାହିନୀ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଅନଗଙ୍କୁ ମୃତ ଘୋଷଣା କରାଯାଇଥିଲା। ଆରତିଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ପଠାଯାଇଥିଲା।
ମନମୁଣ୍ଡା ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2sSxB3J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages