ରାତିରେ ଘରକୁ ଫେରି ନଥିଲେ, ସକାଳେ ମିଳିଲା ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 26, 2019

ରାତିରେ ଘରକୁ ଫେରି ନଥିଲେ, ସକାଳେ ମିଳିଲା ମୃତଦେହ

deadbody

ଝାରସୁଗୁଡ଼ା (ଭାଗିରଥି ସାହୁ): ଝାରସୁଗୁଡ଼ା ଜିଲ୍ଲା ବଡ଼ମାଲ ଥାନା ଅନ୍ତର୍ଗତ ବେହେରାପାଲିରେ ରାସ୍ତା କଡ଼ରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅକ୍ଷୟ ସାହୁ (୪୩)।

ମୃତ ଅକ୍ଷୟଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୁଲିସ୍ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ସେ ସୁଧ କାରବାର କରୁଥିଲେ।

ଅକ୍ଷୟଙ୍କ ଘର ବୁରୋମାଲରେ। ଗତକାଲି ସନ୍ଧ୍ୟା ପ୍ରାୟ ୬ଟା ବେଳେ ସେ ବାଇକ୍‌ରେ ଘରୁ ବାହାରି ଯାଇଥିଲେ। ତା’ପରେ ଆଉ ଫେରି ନଥିଲେ। ଆଜି ସକାଳେ ବେହେରାପାଲିରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପରିବାର ଲୋକେ ଆସି ମୃତଦେହ ଚିହ୍ନଟ କରିଥିଲେ।

ପୁଲିସ୍ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2G48cvG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages