ପରିତ୍ୟକ୍ତ କୂଅରୁ ମିଳିଲା ଯୁବକଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 1, 2019

ପରିତ୍ୟକ୍ତ କୂଅରୁ ମିଳିଲା ଯୁବକଙ୍କ ମୃତଦେହ

660

ଭଞ୍ଜନଗର (ପ୍ରଦୀପ ସ୍ୱାଇଁ): ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଗୋଚ୍ଛାମିଲ ପାଖରେ ଥିବା ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି ସ୍ଥାନୀୟ ବାଲାପଙ୍କା ଗାଁର ବେଣୁଧର ମଲ୍ଲିକ।

ବେଣୁଧରଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ନେଇ ତାଙ୍କ ପରିବାର ଲୋକେ ସୋରଡ଼ା ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ୍‌ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଗତକାଲି କୌଣସି କଥାକୁ ନେଇ ବେଣୁଧରଙ୍କ ସହ କିଛି ଯୁବକଙ୍କର ବଚସା ହୋଇଥିଲା। ପରେ ସେହି ଯୁବକମାନେ ତାଙ୍କୁ ପଥରରେ ଛେଚି ହତ୍ୟା କରି କୂଅରେ ପକାଇ ଦେଇଥିବା ଅଭିଯୋଗ ହୋଇଛି।



from Odisha Reporter http://bit.ly/2BWLy4G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages