ହାଇକୋର୍ଟ ଗଲା ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ମାମଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 17, 2019

ହାଇକୋର୍ଟ ଗଲା ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ମାମଲା

delhi-gangrape

କଟକ (ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ମାମଲାରେ ତଳ କୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ହାଇକୋର୍ଟରେ ଅପିଲ କରିଛି କ୍ରାଇମବ୍ରାଞ୍ଚ। ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ଡିତ କରିବା ପାଇଁ କ୍ରାଇମବ୍ରାଞ୍ଚ ଅପିଲ କରିଛି। ପୂର୍ବରୁ ତଳକୋର୍ଟରେ ୨ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ ଘଟଣାକୁ ନେଇ ରାଜ୍ୟ ତମାମ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏମିତିକି କ୍ରାଇମବ୍ରାଞ୍ଚର ପାରିବାପଣିଆକୁ ନେଇ ପ୍ରଶ୍ନ ଉଠିଥିଲା।

ପିପିଲି ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୁଇ ଅଭିଯୁକ୍ତ ଭାଇ ପ୍ରଶାନ୍ତ ପ୍ରଧାନ ଓ ସୁକାନ୍ତ ପ୍ରଧାନଙ୍କୁ ଦୋଷମୁକ୍ତ କରିଥିଲେ ଭୁବନେଶ୍ୱର ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ। କୋର୍ଟଙ୍କ ରାୟ ପରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରଦୀପ ମହାରଥୀ ବିବାଦୀୟ ବୟାନ ଦେଇଥିଲେ। ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଥିପାଇଁ ମନ୍ତ୍ରୀଙ୍କ ପଦ ମଧ୍ୟ ଯାଇଥିଲା।

୨୦୧୧ ନଭେମ୍ବର ୨୯ ତାରିଖରେ ପିପିଲି ଅର୍ଜୁନଗଦା ନିକଟ ବିଲ ଭିତରୁ ପୀଡ଼ିତାକୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ଦୁଷ୍କର୍ମ ସହ ହତ୍ୟା ଲାଗି ଉଦ୍ୟମ କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ।

୨୦୧୨ ଜୁନ ୨୧ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ମାମଲାକୁ ରଫାଦଫା କରିବା ଲାଗି ତତ୍କାଳୀନ ମନ୍ତ୍ରୀ ପ୍ରଦୀପ ମହାରଥୀ ଚାପ ପକାଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ତାଙ୍କୁ ସେତେବେଳେ ମନ୍ତ୍ରୀପଦ ହରାଇବାକୁ ବି ପଡ଼ିଥିଲା। ସେହିପରି ମାମଲା ରୁଜୁ କରିବାରେ ଅବହେଳା ପ୍ରଦର୍ଶନ କରିଥିବା ଅଭିଯୋଗରେ ତତ୍କାଳୀନ ପିପିଲି ଥାନା ଆଇଆଇସି ଅମୂଲ୍ୟ ଚମ୍ପତିରାୟଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିଲା। ପରେ ଅବଶ୍ୟ ସେ ଚାକିରିରେ ପୁନଃଅବସ୍ଥାପିତ ହୋଇଥିଲେ।



from Odisha Reporter http://bit.ly/2SXFb8D

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages