
ଜମ୍ମୁ: ଜମ୍ମୁ-କଶ୍ମୀରର କୁଲଗ୍ରାମରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିୟମ ହୋଇଛି। ଏଥିରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସର୍ଚ୍ଚ ଅପରେସନ୍ ଜାରି ରହିଛି। ସର୍ଚ୍ଚ ଅପରେସନ୍ ଚାଲିଥିବା ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗତକାଲି ସନ୍ଧ୍ୟାରେ
ସର୍ଚ୍ଚ ଅପରେସନ୍ ଅପରେସନ୍ କରାଯାଉଥିଲା। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା ବଳ ଉପରକୁ ଗୁଳି ଚଳାଇଥିଲେ। ଜବାବରେ ଭାରତୀୟ ସେନା ପକ୍ଷରୁ ପାଲଟା ଜବାବ ଦିଆଇଯାଥିଲା ଏଥିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାଯାଇଛି। ସେମାନଙ୍କ ନିକଟରୁ ବିପୁଳ ମାତ୍ରାରେ ଗୁଳା ବାରୁଦ ଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏହି ଘଟଣା ପରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯିବା ସହ ପୂରା ଅଞ୍ଚଳରେ ସର୍ଚ୍ଚ ଅପରେସନ କରାଯାଉଛି।
from Odisha Reporter http://bit.ly/2RuDCCI
No comments:
Post a Comment