ସ୍ଥାୟୀ ବେଞ୍ଚ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 11, 2019

ସ୍ଥାୟୀ ବେଞ୍ଚ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

naveen

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ସ୍ଥାପନ ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ପୃକ୍ତ ଅଞ୍ଚଳରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଲାଗି ଲୋକଙ୍କ ଦାବି ଓ ଆନ୍ଦୋଳନ ଚାଲୁ ରହିଛି। ସରକାରୀ ଅଫିସ ଓ କୋର୍ଟ କଚେରୀ ବନ୍ଦ ରହିଛି। ସେ ଦୃଷ୍ଟିରୁ କେନ୍ଦ୍ର ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଚିଠିରେ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଉଭୟ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ଥିବା ଦର୍ଶାଇ ପୂର୍ବରୁ ସେ ୩ ଥର ଚିଠି ଲେଖିଛନ୍ତି। ତେଣୁ କେନ୍ଦ୍ର ସରକାର ଏ ସମ୍ପର୍କରେ ତ୍ୱରିତ ପଦକ୍ଷେପ ନେବାକୁ ନିବେଦନ କରାଯାଉଛି।

ସେପଟେ ବେଞ୍ଚ୍ ପ୍ରତିଷ୍ଠା ହେଲେ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ନବୀନ ଜଣାଇଛନ୍ତି।



from Odisha Reporter http://bit.ly/2AHKmTj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages