କାଲି ପର୍ଯ୍ୟନ୍ତ କେନ୍ଦ୍ରାପଡ଼ାରେ କର୍ଫ୍ୟୁ ବଳବତ୍ତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 24, 2019

କାଲି ପର୍ଯ୍ୟନ୍ତ କେନ୍ଦ୍ରାପଡ଼ାରେ କର୍ଫ୍ୟୁ ବଳବତ୍ତର

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ସହରରେ କର୍ଫ୍ୟୁ ଜାରି କରିଛି ଜିଲ୍ଲା ପ୍ରଶାସନ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ କର୍ଫ୍ୟୁ ଜାରି କରାଯାଇଛି। କାଲି ସକାଳ ୮ଟା ପର୍ଯ୍ୟନ୍ତ ସହରରେ କର୍ଫ୍ୟୁ ଜାରି କରାଯାଇଥିବା ନେଇ କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ ସଂଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି।

ଗତକାଲି ସ୍ଥାନୀୟ ସରକାରୀ ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଉଥିବା ଦେଖି ଜିଲ୍ଲା ପ୍ରଶାସନ ୧୪୪ ଧାରା ଜାରି କରିଥିଲା। ୧୪୪ ଧାରା ଜାରି ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକ୍‌ ଯୋଗେ ଘୋଷଣା କରାଯାଇଥିଲା। ସହରର ବିଭିନ୍ନ ସ୍ଥାନରେ ୬ ପ୍ଲାଟୁନ୍‌ ପୋଲିସ୍‌ ଫୋର୍ସ ମୁତୟନ କରାଯାଇଛି।

ରାଷ୍ଟ୍ରୀୟ ସୁରକ୍ଷା ସମିତି ପକ୍ଷରୁ ଆଜି ଦିଆଯାଇଥିବା ୧୨ ଘଣ୍ଟିଆ ବନ୍ଦ ଡାକରା ପୁଲିସ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଅନ୍ୟପକ୍ଷରେ ସୁରକ୍ଷା ଦୃଷ୍ଟିରୁ ସହରରେ ଇଣ୍ଟରନେଟ୍ ସେବା ବନ୍ଦ କରି ଦିଆଯାଇଛି। ଏହା ସହ ଆଜି କେନ୍ଦ୍ରାପଡ଼ାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି।



from Odisha Reporter http://bit.ly/2WhFVHJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages