ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବ ଘଟଣା: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 13, 2019

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବ ଘଟଣା: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

School

କନ୍ଧମାଳ (ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲାରେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ଶିଶୁକନ୍ୟା ପ୍ରସବ ଘଟଣାରେ ସେବାଶ୍ରମର ପ୍ରଧାନଶିକ୍ଷୟିତ୍ରୀ ରାଧାରାଣୀ ଦଳେଇଙ୍କୁ ନିଲମ୍ବନ କରାଯାଇଛି। ଏନେଇ ଦାରିଙ୍ଗିବାଡ଼ି ବ୍ଲକ୍‌ ମଙ୍ଗଳ ସଂପ୍ରସାରଣ ଅଧିକାରୀ ସୂଚନା ଦେଇଛନ୍ତି।

ପ୍ରଧାନଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗତକାଲି ଜିଲ୍ଲାପାଳ ଚିଠି ଲେଖି ରାଜ୍ୟ ସରକାରଙ୍କୁ ସୁପାରିଶ କରିଥିଲେ।
ଏହି ସମ୍ୱେଦନଶୀଳ ଘଟଣାରେ ଗତକାଲି କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବାସିକ ସ୍କୁଲର ୩ ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ନିଲମ୍ବିତ କରାଯାଇଥିଲା। ତା’ସହିତ ଜଣେ ଏଏନ୍ଏମ୍, ୨ ଜଣ ମାଟ୍ରନ ଓ ୨ କୁକ୍ କମ୍ ଆଟେଣ୍ଡାଣ୍ଟଙ୍କୁ ମଧ୍ୟ କାର୍ଯ୍ୟରୁ ଅବ୍ୟାହତି ଦିଆଯାଇଛି।

ଗତକାଲି ଦାରିଙ୍ଗବାଡ଼ି ଅଞ୍ଚଳରେ ଥିବା ଏକ ଆବାସିକ ବିଦ୍ୟାଳୟର ଏହି ଅଷ୍ଟମ ଶ୍ରେଣୀ ଛାତ୍ରୀ ଜଣଙ୍କ ସନ୍ତାନ ପ୍ରସବ ଖବର ପ୍ରଚାର ହେବା ପରେ ଉତ୍ତେଜନା ଦେଖାଦେଇଥିଲା। ଅଭିଯୁକ୍ତ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରି ସ୍ଥାନୀୟ ଲୋକେ ଏନ୍ଏଚ୍ ୫୯ ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଅନ୍ୟପକ୍ଷରେ ଏହି ଖବର ପ୍ରଚାରିତ ହେବା ପରେ ମନ୍ତ୍ରୀ ରମେଶ ମାଝୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ପୁଲିସ୍‌ ଏହି ଘଟଣାରେ ପୀଡ଼ିତାଙ୍କ ବୟାନ ଆଧାରରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏ ଯୁବକ ଜଣଙ୍କ ତାଙ୍କୁ ଦୁଷ୍କର୍ମ କରିଥିଲେ। ତେବେ ଲୋକଲଜ୍ଜା ଭୟରେ ସେ କାହାକୁ କିଛି କହି ନଥିଲେ। ତେବେ ଏ ଘଟଣାରେ ସ୍କୁଲ୍ କର୍ତ୍ତୃପକ୍ଷଙ୍କ ନିଷ୍କ୍ରିୟତା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।



from Odisha Reporter http://bit.ly/2SV4SXE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages