ଓଲଟି ପଡ଼ିଲା ପିକ୍‌ଅପ୍‌ ଭ୍ୟାନ୍‌: ୨ ମୃତ, ୨୦ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 17, 2019

ଓଲଟି ପଡ଼ିଲା ପିକ୍‌ଅପ୍‌ ଭ୍ୟାନ୍‌: ୨ ମୃତ, ୨୦ ଆହତ

dead

ଉଦଳା (ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅର୍ନ୍ତଗତ କହ୍ନେଇବନ୍ଧ-ଧାନଘେରା ରାସ୍ତାରେ ଆଜି ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ଆହତଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଥିବା ବେଳେ ଆହତଙ୍କୁ ଖୁଣ୍ଟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୃତକ ଦ୍ୱୟ ହେଉଛନ୍ତି ମହିଳା। ସେମାନେ ହେଲେ ସୁଲୋଚନା ବିଶ୍ୱାଳ ଓ ଦ୍ରୌପଦୀ ଖଣ୍ଡେଇ। ସମସ୍ତ ମୃତାହତଙ୍କ ଘର ଆରବନ୍ଧ ଗାଁରେ।

ଆଜି ଦିନ ପ୍ରାୟ ଏଗାରଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ପ୍ରାୟ ୪୦ ଜଣ ମହିଳା ଓ ପୁରୁଷ ଏହି ପିକ୍‌ଭ୍ୟାନ୍‌ରେ ମକର ମେଳା ଦେଖିବା ପାଇଁ ଅଠରଦେଉଳ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ।



from Odisha Reporter http://bit.ly/2FEnibd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages