ଚାଷୀଙ୍କୁ କାଳିଆ ଦର୍ଶନ କରାଇବେ, ବେଳାଭୂମି ବୁଲାଇବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 24, 2019

ଚାଷୀଙ୍କୁ କାଳିଆ ଦର୍ଶନ କରାଇବେ, ବେଳାଭୂମି ବୁଲାଇବେ

ପୁରୀ(ପ୍ରଦୀପ୍ତ ମହାନ୍ତି): ଆଜି ପୁରୀ ମାଳତିପାଟପୁର ନିକଟ ରାହାଙ୍ଗିରିଆଠାରେ କାଳିଆ ଯୋଜନା ପାଇଁ ବିଶାଳ ସମାବେଶ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମାବେଶରେ ରାଜ୍ୟର ୩୧୪ ବ୍ଲକରୁ ପ୍ରାୟ ୨ଲକ୍ଷ ଚାଷୀ ଯୋଗଦେବା ପାଇଁ ବ୍ୟବସ୍ଥା କରାଯାଇଛି।

କାଳିଆ ଯୋଜନାରେ ଚାଷୀମାନଙ୍କୁ ମିଳିବାକୁ ଥିବା ସହାୟତା ରାଶି ଚାଷୀମାନଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରି ଏହି କାର୍ଯ୍ୟକ୍ରମର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିବେ ବୋଲି କୁହାଯାଉଛି। ଏହାସହ ସମାବେଶରେ ଯୋଗଦେବାକୁ ଆସିଥିବା ଚାଷୀମାନଙ୍କୁ ଶ୍ରୀମନ୍ଦିର ନେଇ କାଳିଆ ଦର୍ଶନ କରାଇବା ସହ ବେଳାଭୂମି ବୁଲାଇବା କାର୍ଯ୍ୟକ୍ରମ ରହିଛି।

କାର୍ଯ୍ୟକ୍ରମକୁ ସଫଳ କରିବାକୁ ବ୍ୟାପକ ବନ୍ଦୋବସ୍ତ କରିଛି ଜିଲ୍ଲା ପ୍ରଶାସନ। ଲକ୍ଷାଧିକ ଚାଷୀଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି।

ସୁରକ୍ଷା ପାଇଁ ୫୦ ପ୍ଲାଟୁନ ଫୋର୍ସ ସହ ୨୫୦ ଅଫିସରଙ୍କୁ ନିୟୋଜିତ କରାଯାଇଛି। ମୁଖ୍ୟମନ୍ତ୍ରୀ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ କାଳିଆ ଯୋଜନା ସଭାସ୍ଥଳକୁ ଯିବା କାର୍ଯ୍ୟକ୍ରମ ରହିଛି।



from Odisha Reporter http://bit.ly/2HtIt24

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages