ହାତରେ ଡୋର ବାନ୍ଧିବା ଦ୍ୱାରା ହୋଇଥାଏ ଏହି ସବୁ ଲାଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 7, 2019

ହାତରେ ଡୋର ବାନ୍ଧିବା ଦ୍ୱାରା ହୋଇଥାଏ ଏହି ସବୁ ଲାଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହିନ୍ଦୁ ଧର୍ମରେ ବର୍ଷର ସବୁ ମାସରେ କିଛି ନା କିଛି ପୂଜା ରହିଥାଏ। ଦଶହରା, ଦୀପାବଳି, ଲକ୍ଷ୍ମୀ ପୂଜା, ଗଣେଷ ପୂଜା ହେଉ କିମ୍ୱା ସରସ୍ୱତୀଙ୍କ ପୂଜା। ଏହି ସମସ୍ତ ପୂଜାରେ ଆମେ ଭଗବାନଙ୍କ ପାଖରେ ବ୍ରତ ଅର୍ପଣ କରିଥାଉ। ଏହି ବ୍ରତ ପୂଜା ହେବା ପରେ ଆମେ ହାତରେ ଧାରଣ କରିଥାଉ। ଏହାକୁ ଧାରଣ କରିବା ଦ୍ୱାରା ଭଗବାନଙ୍କ ଆଶୀର୍ବାଦ ମିଳିଥାଏ ବୋଲି ଶାସ୍ତ୍ରରେ କୁହାଯାଇଛି।

କେବଳ ଏତିକି ନୁହେଁ, ବିବାହ ବ୍ରତ ଭଳି କୌଣସି ମାଙ୍ଗଳିକ କାର୍ଯ୍ୟ କଲେ ମଧ୍ୟ ଆମେ ପ୍ରଥମେ ହାତରେ ରକ୍ଷା ସୂତ୍ର ବାନ୍ଧିଥାଉ। ବିପଦ ସମୟରେ ଏହା ଆମକୁ ରକ୍ଷା କରିଥାଏ ବୋଲି ହିନ୍ଦୁ ଧର୍ମରେ ଆସ୍ଥା ରହିଛି। ଏହା ହାତରେ ବାନ୍ଧିଲେ ଶରୀର ପାଇଁ ହିତକର ହୋଇଥାଏ ବୋଲି ବିଜ୍ଞାନ ମଧ୍ୟ ଗ୍ରହଣ କରିସାରିଲାଣି।
ଆମ ପରମ୍ପରାରେ ହାତରେ ଧାର୍ମିକ ସୂତ୍ରକୁ ବହୁତ ମହତ୍ୱ ଦିଆଯାଏ, କାରଣ ଜୀବନରେ ସକାରତ୍ମକ ଭାବନା ଆଣିବା ପାଇଁ ସବୁ ପୂଜା ସମୟରେ ଆମେ ହାତରେ ନାଲିସୂତ୍ର ପିନ୍ଧିଥାଉ। ବାସ୍ତୁଶାସ୍ତ୍ର ଅନୁସାରେ ନାଲି ରଙ୍ଗର ସୂତ୍ର ପିନ୍ଧିବା ଦ୍ୱାରା ଭଗବାନ ହନୁମାନଙ୍କ କୃପା ଦୃଷ୍ଟି ମିଳିଥାଏ।

ମନ୍ଦିର ଏବଂ ବିଭିନ୍ନ ଧାର୍ମିକ ସ୍ଥାନରେ ହାତରେ ବନ୍ଧା ଯାଇଥିବା ସୂତ୍ର ମୁଖ୍ୟତଃ ପାଞ୍ଚଟି ରଙ୍ଗର ରହିଥାଏ। ଏଥିରେ ଥିବା ସମସ୍ତ ରଙ୍ଗର ମହତ୍ତ୍ୱ ଭିନ୍ନ ଭିନ୍ନ ରହିଛି।
ଏହି ସୂତ୍ରକୁ ରକ୍ଷା ସୂତ୍ର ମଧ୍ୟ କୁହାଯାଇଥାଏ। ଏହାକୁ ହାତରେ ବାନ୍ଧିଥିବା ବ୍ୟକ୍ତିଙ୍କ ଉପରେ ତ୍ରିଦେବ ବ୍ରହ୍ମା, ବିଷ୍ଣୁ ଏବଂ ମହେଶ୍ୱରଙ୍କର ପ୍ରଭାବ ପଡ଼ିଥାଏ। ଏଥିସହ ସମସ୍ତ କାମରେ ସଫଳତା ମଧ୍ୟ ମିଳିଥାଏ।

ଶାସ୍ତ୍ର ଅନୁସାରେ ମେଷ, ବୃଷ, ମିଥୁନ, କର୍କଟ ଏବଂ ସିଂହ ରାଶିର ବ୍ୟକ୍ତି ନାଲି ବ୍ରତ ପିନ୍ଧିବା ଦ୍ୱାରା ଭାଗ୍ୟଶାଳୀ ସାବ୍ୟସ୍ତ ହୋଇଥାନ୍ତି। ଏହା ସହିତ ରାଶିର ବ୍ୟକ୍ତିଙ୍କ ଉପରେ କୌଣସି ପ୍ରକାର ଦୁର୍ଦ୍ଦଶା ତଥା ଅସୁବିଧା ଆସି ନ ଥାଏ। ଏହିସବୁ ରାଶିର ବ୍ୟକ୍ତି ନିୟମିତ ନାଲି ରଙ୍ଗର ବ୍ରତ ପିନ୍ଧିବା ଦ୍ୱାରା ଶୀଘ୍ର ଚାକିରି ହେବା ସହ ଭବିଷ୍ୟତ ଉଜ୍ଜ୍ୱଳ ହୋଇଥାଏ।

ଜାଣିରଖନ୍ତୁ,ଏହି ସୂତ୍ରକୁ ଅବିବାହିତା ମହିଳା ଏବଂ ପୁରୁଷ ଡ଼ାହାଣ ହାତରେ ବାନ୍ଧିଥିବା ବେଳେ ବିବାହିତ ବ୍ୟକ୍ତି ବାମ ହାତରେ ବାନ୍ଧିବା ନିୟମ ଅଟେ । ଏହି ସୂତ୍ରକୁ ବାନ୍ଧିବା ସମୟରେ ସର୍ବଦା ହାତକୁ ମୁଠି କରି ବନ୍ଦ ରଖନ୍ତୁ।



from Odisha Reporter http://bit.ly/2LVcSFh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages