୫ ବର୍ଷର ଶିଶୁକୁ ଦୁଷ୍କର୍ମ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 26, 2019

୫ ବର୍ଷର ଶିଶୁକୁ ଦୁଷ୍କର୍ମ ଅଭିଯୋଗ

rape

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ଏକ ୫ ବର୍ଷର ଶିଶୁକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ ପୁଲିସ୍ ଜଣେ ମଧ୍ୟ ବୟସ୍କ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଅଭିଯୋଗ ଅନୁଯାୟୀ, ଝିଅଟି ସାଙ୍ଗମାନଙ୍କ ସହିତ ଖେଳୁଥିବା ବେଳେ ଅଭିଯୁକ୍ତ ଜଣଙ୍କ ତାକୁ ଚକୋଲେଟ୍ ଦେବାକୁ କହି ଏକ ଅର୍ଦ୍ଧ ନିର୍ମିତ ଘରକୁ ନେଇ ଦୁଷ୍କର୍ମ କରିଥିଲା। ଝିଅ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ପରେ ସେମାନେ ସେହି ଅର୍ଦ୍ଧ ନିର୍ମିତ ଘରେ ଅଭିଯୁକ୍ତ ସହ ଝିଅକୁ ପାଇଥିଲେ।

ଗତ ୨୦ ତାରିଖରେ ଅନୁଗୋଳ ଥାନା ଅଞ୍ଚଳରେ ମଧ୍ୟ ଏକ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିଲା। ତାକୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା କରାଯାଇଥିଲା।



from Odisha Reporter http://bit.ly/2Sa6rUh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages